ଆସନ୍ତାକାଲି ସକାଳ ସୁଦ୍ଧା କେତୁଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ କଲା ପାଣିପାଗ ବିଭାଗ


ଭୁବନେଶ୍ୱର :(ଆଜତକ୍ ଓଡ଼ିଶା) ଉତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଓଡ଼ିଶା ଉପକୂଳରେ ଗୁରୁବାର ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁଁ ବଡ ଧରଣର ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଏବଂ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଶୁକ୍ରବାର ଓଡ଼ିଶା ଉପକୂଳରେ ଏହି ଲଘୁଚାପର ପ୍ରଭାବ ଅନୁଭୂତ ହେବାର ସମ୍ଭାବନା ଥିବା ବେଳେ ଶନିବାର ଅପରାହ୍ଣ ସୁଦ୍ଧା ଏହା ଉତର ଆଡକୁ ମୁହାଁଇ ବିହାର ଅଭିମୁଖେ ଯିବ ବୋଲି ସିଇସି ବୁଲେଟିନରେ କୁହାଯାଇଛି ।

ଏହାର ପ୍ରଭାବରେ ଜୁଲାଇ ୨୨ ତାରିଖ ରାତିରୁ ୨୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ ଖୋର୍ଦ୍ଧା, ପୁରୀ, ନୟାଗଡ, କଟକ, ଯାଜଯୁର, କେନ୍ଦ୍ରାପଡା, ଢ଼େଙ୍କାନାଳ, ଅନୁଗୁଳ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ସୋନ୍‌ପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡା ଏବଂ ରାୟଗଡା ପ୍ରଭୃତି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା କୁହାଯାଇଛି ।

ସେହିପରି ଜୁଲାଇ ୨୮ ତାରିଖ ବେଳକୁ ବାଂଲାଦେଶ ଏବଂ ଏହାର ସଂଲଗ୍ନ ଉତର ବଙ୍ଗୋପସାଗରରେ ଅନ୍ୟ ଏକ ଲଘୁଚାପ ଘନୀଭୂତ ହେବାର ସମ୍ଭାବନା ଥିବା ବେଳେ ଏହା ଉତର ପଶ୍ଚିମ ଦିଗ ଆଡକୁ ଗତି କରି ପଶ୍ଚିମବଙ୍ଗ, ଝାଡଖଣ୍ଡ ଏବଂ ବିହାର ଆଡକୁ ମୁହାଁଇବ ବୋଲି ଜଣାପଡ଼ିଛି । ଏହାର ପ୍ରଭାବ ଅଗଷ୍ଟ ୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବୋଲି କୁହାଯାଇଛି ।

ଏହାର ପ୍ରଭାବରେ ଜୁଲାଇ ୨୮ ତାରିଖ ଅପରାହ୍ଣରୁ ଜୁଲାଇ ୩୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ, ଅନୁଗୁଳ ଓ ଯାଜପୁର ପ୍ରଭୃତି ଜିଲ୍ଲାଗୁଡ଼ିକରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବୁଲେଟିନରେ କୁହାଯାଇଛି ।

Post a Comment

Previous Post Next Post