ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ତଥା ଉପଜିଲ୍ଲାପାଳ ଶ୍ରୀଯୁକ୍ତ ଅଶ୍ଵିନୀ କୁମାର ମେହେର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଆଦିପତି କଂଅର, ଡେପୁଟି କଲେକ୍ଟର ଅବନୀକାନ୍ତ ସାହୁ, ଡେପୁଟି କଲେକ୍ଟର ଝରଣା ପ୍ରଧାନ, ନିଜାରତ ଅଫିସର ବିରଞ୍ଚି ନାରାୟଣ ଧରୁଆ, ଜିଲ୍ଲା ସମାଜ ମଙ୍ଗଲ ଅଧିକାରୀ ଲକ୍ଷପତି ଭୋଇ, ଜିଲ୍ଲା ପରାମର୍ଶ ଦାତ୍ରୀ ପ୍ରବିଜ୍ଞା ଦାସ, ପ୍ରୋଗ୍ରାମ ଅଫିସର ସର୍ମୀଷ୍ଟା ହୋତା, ଅଫିସ ସୁପରିଣ୍ଟେଣ୍ଡେଣ୍ଟ ଜେମସþ ନାୟକ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସତ୍ୟବ୍ରତ ସାହୁ, ଡି.ପି.ସି. ମିଶନ ଶକ୍ତି, ଡି.ପି.ସି. ମମତା, ସମସ୍ତ ସେକ୍ସନ ଅଫିସର, ବରିଷ୍ଠ ସହାୟକ, କନିଷ୍ଠ ସହାୟକ ଉପସ୍ଥିତ ଥିଲେ । ଏଥିସହ ଜିଲ୍ଲା, ବ୍ଲକ, ପଞ୍ଚାୟତ କାର୍ଯ୍ୟାଳୟ ମାନଙ୍କରେ ମଧ୍ୟ ଅନୁରୂପ ଭାବେ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାର ଅଧିକାରୀମାନେ ଏହି ଶପଥ ପାଠ କରିବା ସହ କାର୍ଯ୍ୟାଳୟର କର୍ମଚାରୀମାନଙ୍କୁ ମଧ୍ୟ ଶପଥ ପାଠ କରାଇଥିଲେ । ଏହି ସଚେତନତା ସପ୍ତାହ ଅକ୍ଟୋବର ୨୬ ତାରିଖରୁ ଆରମ୍ଭ ହୋଇ ୧ ନଭେମ୍ବର ଯାଏଁ ଚାଲିବ ।
(ବୌଦ୍ଧରୁ ଜିଲ୍ଲା ପ୍ରତିନିଧି ହୃଦାନନ୍ଦ ମେହେରଙ୍କ ରିପୋର୍ଟ ଆଜତକ ଓଡ଼ିଶା)
Post a Comment