ବୌଦ୍ଧ,(ହୃଦାନନ୍ଦ ମେହେର) ଆଜି ଦିନ ୧୦ ଘ.୩୦ ମି. ସମୟରେ ଜାତୀୟ ବିଜ୍ଞାନ ଦିବସ ଅବସରରେ ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ବିଦ୍ୟାଳୟ ର ଛାତ୍ରଛାତ୍ରୀ ଙ୍କ ଦ୍ୱାରା ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ ହୋଇ ଯାଇଛି । ଏହି ପ୍ରଦର୍ଶନୀ ରେ ଛାତ୍ରଛାତ୍ରୀ ଙ୍କ ଦ୍ୱାରା ବୈଷୟିକ ତଥା ବିଭିନ୍ନ ଜ୍ଞାନ କୌଶଳ ରେ ୪୦ ରୁ ଉର୍ଦ୍ଧ ପ୍ରୋଜେକ୍ଟ ପ୍ରଦର୍ଶିତ ହୋଇଥିଲା ।
ଏହି କାର୍ଯ୍ୟକ୍ରମ ରେ ଉପ-ନିର୍ଦେଶକ, ଏନ. ଏଚ. ଆର. ଡି. ଏଫ. ଡ଼କ୍ଟର ରାଜନୀଶ ମିଶ୍ର ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ । ଏହି ଅବସରରେ ରେ ଅନ୍ୟ ତମ ଅତିଥି ଭାବେ ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାର ସିଂହ ଏବଂ ଜ଼ିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରାହୁଲ ପ୍ରଧାନ ଯୋଗ ଦେଇ ଛାତ୍ରଛାତ୍ରୀ ଙ୍କୁ ଉତ୍ସାହିତ କରିଥିଲେ । ଅଧ୍ୟକ୍ଷ, ଜେ. ଏନ. ଭି. ଜୋଲି ଟମି ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ଏହି ପ୍ରଦର୍ଶନୀ ଅତି ଶୃଙ୍ଖଳିତ ଭାବେ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମ ରେ ସମସ୍ତ ଅଭିଭାବକ, ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟିତ୍ରୀ, ବିଦ୍ୟାଳୟ ର କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ ।
ବୌଦ୍ଧରୁ ଜିଲ୍ଲା ପ୍ରତିନିଧି ହୃଦାନନ୍ଦ ମେହେରଙ୍କ ରିପୋର୍ଟ ଆଜତକ ଓଡ଼ିଶା
Post a Comment