ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷିଅଧିକ୍ଷକ ଙ୍କ ଜିଲ୍ଲାସ୍ତରିୟ ଯୁଗ୍ମ ଅଭିଯୋଗ ଶୁଣାଣି


ସୁବର୍ଣ୍ଣପୁର(ଗଣପତିବାଘ)ଆଜି ସୁବର୍ଣ୍ଣପୁର ଜିଲ୍ଲାରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଜିଲ୍ଲା ସଦର ମହକୁମାସ୍ଥିତ ଡିଆରଡିଏ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ କୁମାର ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଓ ସମସ୍ୟା ଜନିତ ୩୨ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୯ ଗୋଟି,ସାମୁହିକ ଦରଖାସ୍ତ ୨ଗୋଟି ରହିଥିବା ବେଳେ, ଗୋଟିଏ ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ସାହାଯ୍ୟ ନିମନ୍ତେ ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ୩୨ଟି ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୭ ଗୋଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୨୫ ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି ।

Post a Comment

Previous Post Next Post