ସୁବର୍ଣ୍ଣପୁ୍ରେ କବି ଶ୍ରୀ ଜୟଦେବ ଜୟନ୍ତୀ ପାଳିତ


ସୁବର୍ଣ୍ଣପୁର (ଗଣପତିବାଘ)ସୁବର୍ଣ୍ଣପୁର ଜିଲ୍ଳା ପ୍ରଶାସନ ଓ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡିଶା ସରକାର ଙ୍କ ମିଳିତ ଆନୁକୂଲ୍ୟରେ କବି ଶ୍ରୀ ଜୟଦେବ ଜୟନ୍ତୀ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଏକ ସ୍ମୃତିଚାରଣ ସଭା ଆୟୋଜନ କରାଯାଇ କବି ଶ୍ରୀ ଜୟଦେବଙ୍କ ଫଟୋ ଚିତ୍ରରେ ପ୍ରଦୀପ ପ୍ରଜ୍ଜଳନ ପୁର୍ବକ ମାଲ୍ୟାର୍ପଣ କରିବା ସହ ଶ୍ରଦ୍ଧା ସୁମନ ଅର୍ପଣ କରାଯାଇଥିଲା । ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ ) ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ଦାଶ, ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଜୟନ୍ତୀ ସଭାରେ ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ଶ୍ରୀମତୀ ନିଶି ପୁନମ ମିଞ୍ଜ,ସମ୍ମାନିତ ଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ପାଲାକା ରବୀନ୍ଦ୍ର,ଜିଲ୍ଳା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଅଶ୍ବିନୀ କୁମାର ଭୋଇ ପ୍ରମୁଖ ଯୋଗଦାନ କରିଥିବା ବେଳେ ମୁଖ୍ୟବକ୍ତା ଭାବେ
 ଡଃ ସୌରଭ ରଞ୍ଜନ ଖମାରୀ,ଆଧ୍ୟପକ ସୋନପୁର ମହାବିଦ୍ୟାଳୟ ତଥା ବିଭାଗୀୟ ମୁଖ୍ଯ, ଓଡ଼ିଆ ବିଭାଗ ଯୋଗଦାନ କରିଥିଲେ । କାର୍ଯ୍ୟକ୍ରମ ରେ ବିଭିନ୍ନ ବିଭାଗର ଅଧିକାରୀ, ଜିଲ୍ଲା ସଂସ୍କୃତି ପରିଷଦ ସଦସ୍ୟ ସଦସ୍ୟା , ବିଭିନ୍ନ ସାଂସ୍କୃତିକ ଅନୁଷ୍ଠାନ ର କର୍ମକର୍ତ୍ତା, ଶିକ୍ଷକ ଓ ଶିକ୍ଷୟତ୍ରୀ ତଥା ଛାତ୍ର ଛାତ୍ରୀମାନ ଉପସ୍ଥିତ ରହିଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ର 
ଗ୍ରନ୍ଥାଗାରିକ ଶ୍ରୀ ବିଦ୍ୟାପତି ପଣ୍ଡା କାର୍ଯ୍ୟକ୍ରମକୁ ସୁଚାରୁ ରୂପେ ପରିଚାଳନା କରିଥିଲେ । ମୁଖ୍ୟବକ୍ତା ଡଃ ଖମାରୀ କବି ଶ୍ରୀ ଜୟଦେବଙ୍କ ଜୀବନୀ ଓ କାର୍ଯ୍ୟାବଳୀ ତଥା କାଳଜୟୀ ପବିତ୍ର କାବ୍ୟ ଗୀତ ଗୋବିନ୍ଦ ଉପରେ ସୁନ୍ଦର ଭାବରେ ବକ୍ତବ୍ୟ ରଖି ବର୍ତ୍ତମାନ ଏହି କାଳଜୟୀ ରଚନା ର ପ୍ରାସଙ୍ଗିକତା ଉପରେ ବକ୍ତବ୍ୟ ରଖିଥିଲେ । ଉପସ୍ଥିତ ଅନ୍ୟ ଅତିଥି‌ ମାନେ ମଧ୍ୟ କବିଶ୍ରୀ ଜୟଦେବ ଙ୍କ ଜୀବନୀ ଓ କାବ୍ୟ କୃତୀ ଉପରେ ନିଜ ନିଜର ବକ୍ତବ୍ୟ ରଖିଥିଲେ ।
ପରିଶେଷରେ ଜିଲ୍ଲା ସଂସ୍କୃତି ଅଧିକାରୀ, ସୁଶ୍ରୀ ଯମୁନା ପ୍ରଧାନ ସଭାରେ ଉପସ୍ଥିତ ଥିବା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Post a Comment

Previous Post Next Post