ଜିଲାପାଳଙ୍କ ବିଦ୍ୟାଳୟ ପରିଦର୍ଶନ


ବୌଦ୍ଧ,(ସୁଶାନ୍ତ କୁମାର ବେହେରା) : ବୌଦ୍ଧ ଜିଲାପାଳ ସତ୍ୟ ରଞ୍ଜନ ସାହୁ କାର୍ଯ୍ୟରେ ଯୋଗଦେବା ପରେ ଜିଲାରେ ଚାଲିଥିବା ବନ୍ୟା ପରିସ୍ଥିତି ସମୟରେ ଘନ ଘନ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ଗସ୍ତ କରି ଲୋକଙ୍କ ସମସ୍ୟା ବୁଝିବା ସହିତ ତାହାର ସମାଧାନ ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଜିଲାରେ ଶିକ୍ଷାର ଗୁଣାତ୍ମକ ମାନ ପରୀକ୍ଷା କରିବା ପାଇଁ ଜିଲାପାଳ ଶ୍ରୀସାହୁ ଅଚାନକ ସହରର ଦୁଇ ପୂରାତନ ଉଚ୍ଚ ବିଦ୍ୟାଳୟ ଯୋଗୀନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟ ଓ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ପହଞ୍ଚିଥିଲେ । ଜିଲାପାଳ ପ୍ରଥମେ ବାଳିକା ଉଚ୍ଚ ବିଦ୍ୟାଳୟରେ ପହଞ୍ଚି ପରିବେଶ ସଫା ସୁତର କରିବାକୁ ନିର୍ଦ୍ଦେଶ ଦେବା ସହିତ ପ୍ରାଚୀର ପ୍ରତ୍ର,ନିୟୁଜ କର୍ଣ୍ଣର,ଆର୍ଟ ଗ୍ୟାଲେରୀ ଅପଡେଟ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ । ବିଦ୍ୟାଳର ସ୍ୱଛତା,ଶିକ୍ଷାଦାନ,ଗୁଣାତ୍ମକ ଶିକ୍ଷା,ସୁରକ୍ଷା,ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା ଆଦି ସଂପର୍କରେ ପଚାରି ବୁଝିଥିଲେ । ପରେ ଯୋଗୀନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟରେ ପହଞ୍ଚି ଉପସ୍ଥାନ ଖାତା ଦେଖିବା ସହିତ ଶ୍ରେଣୀକକ୍ଷକୁ ଯାଇ ସ୍ମାର୍ଟ କ୍ଲାସ ରୁମ ବୁଲି ଦେଖିଥିଲେ । ବିଦ୍ୟାଳୟ ପଛପଟେ ଥିବା ଅଳିଆ ଆବର୍ଜନା ସଫା କରିବା ପାଇଁ ଏନଏସି ନିର୍ବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେବା ସହିତ ଆର୍ଟ ଗ୍ୟାଲେରୀ,ନିୟୁଜ କର୍ଣ୍ଣର ଅପଡେଟ ରଖିବା ପରାମର୍ଶ ଦେଇଥିଲେ । 


ବିଦ୍ୟାଳୟ ପରିବେଶକୁ ପ୍ଲାଷ୍ଟିକ ମୁକ୍ତ ରଖିବା ସହିତ ଥରେ ବ୍ୟବହାର ହେଉଥିବା ପ୍ଲାଷ୍ଟିକ୍ ସାମଗ୍ରୀ ବର୍ଜନ,ଡଷ୍ଟବିନ ର ନିୟମିତ ବ୍ୟବହାର,ଶିକ୍ଷକ ଶିକ୍ଷୟିତ୍ରୀମାନେ କର୍ମଠ ହେବାପାଇଁ ପରାମର୍ଶ ଦେବା ସହିତ କୌଣସି ଶିକ୍ଷକ ଶିକ୍ଷୟିତ୍ରୀ ବିଦ୍ୟାଳୟ ପରିସରରେ ଗୁଟଖା ପାନ ଆଦି ନଖାଇବାକୁ ନିର୍ଦ୍ଦେଶ ଦେଇଥିଲେ । ପରେ ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ପହଞ୍ଚି ସେଠାରେ ବିଭିନ୍ନ ବିଦ୍ୟାଳୟ ପ୍ରଧାନଶିକ୍ଷକମାନଙ୍କ ଏକ ବୈଠକରେ ଯୋଗଦେଇଥିଲେ । ବିଶେଷ ଭାବରେ ଜିଲାରେ ସମସ୍ତ ବିଦ୍ୟାଳୟ ପରିସରକୁ ସାନିଟାଇଜ କରିବା ,ଗୁଣାତ୍ମକ ଶିକ୍ଷା,ନିୟୁଜ କର୍ଣ୍ଣର,ପ୍ରାଚୀରପତ୍ର,ଯୋଗ ପ୍ରାଣାୟାମ ଆଦିକୁ ଗୁରୁତ୍ୱ ଦେବାକୁ ଜିଲାପାଳ ପରାମର୍ଶ ଦେଇଥିଲେ । ଏଥିସହିତ ଜିଲାରେ ସମସ୍ତ ବିଦ୍ୟାଳୟରେ ୫ଟି କାର୍ଯ୍ୟ ଶିଘ୍ର ସମାପ୍ତ କରିବାକୁ ଜିଲାପାଳ ଗୁରୁତ୍ୱାରୋପ କରିଥିଲେ । ଏହି ପରିଦର୍ଶନ ସମୟରେ ତାଙ୍କ ସହିତ ଅତିରିକ୍ତ ଜିଲାପାଳ ବବିତା ରାଣୀ ଦଳବେହେରା,ଜିଲା ଶିକ୍ଷା ଅଧିକାରୀ ଉଦୟ ନାଥ ମାଝି,ବ୍ଲକ ଶିକ୍ଷା ଅଧିକାରୀ ଧୃବ ଚରଣ ଘିବେଲା,ବିଜ୍ଞାନ ନିରୀକ୍ଷକ ଦେବେନ୍ଦ୍ର ଦେହୁରୀ ପ୍ରମୁଖ ଉପସ୍ଥିତ ଥିଲେ ।

Post a Comment

Previous Post Next Post