ବୌଦ୍ଧ ଜିଲ୍ଲାର ବନ୍ୟା ଆଶ୍ରୟ ସ୍ଥଳୀରେ ନିଶାମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ


ବୌଦ୍ଧ,(ହୃଦାନନ୍ଦ ମେହେର) ବୌଦ୍ଧ ସହର ସ୍ଥିତ ବନ୍ୟା ଆଶ୍ରୟ ସ୍ଥଳୀଠା ଲରେ ଆଜି ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ନିଶାମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରମୋଦ କୁମାର ପ୍ରଧାନ, ସଂମାନିତ ଅତିଥି ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତକାନ୍ତି ବଳିଆରସିଂହ, ଜିଲ୍ଲା ସଂସ୍କୃତି ଅଧିକାରୀ ଶୁକୃ ସ୍ଵାଇଁ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ଶେଖର ପୁଝ।ରୀ ପ୍ରମୁଖ ଉପସ୍ଥିତ ରହି ନିଶାମୁକ୍ତ ଭରତ ଅଭିଯାନ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ । ଏହି ଅବସରରେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ର ଛାତ୍ରଛତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା । ଏଥିରେ ବକୃତା, ପ୍ରବନ୍ଧ ଲିଖନ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ କୃତି ପ୍ରତିଯୋଗି ମାନଙ୍କୁ ଅତିଥିମାନଙ୍କ ଦ୍ଵାରା ମାନପତ୍ର ସହ ଟ୍ରଫି ପ୍ରଦାନ କରାଯାଇଥିଲା ।ଏହି ଉପଲକ୍ଷେ ଛାତ୍ର ଛାତ୍ରୀ ଓ ସମସ୍ତ ଅତିଥି ମାନେ ନିଶାମୁକ୍ତ ଭାରତ ଗଠନ ପାଇଁ ସାମୁହିକ ଶପଥ ପାଠ କରିଥିଲେ ।

Post a Comment

Previous Post Next Post