ସୁବର୍ଣ୍ଣପୁରରେ ଜିଲ୍ଲାସ୍ତରିୟ ର୍ଦୁନିତି ନିବାରଣ ସଚେତନତା ସଭା ଅନୁଷ୍ଠିତ


ସୁବର୍ଣ୍ଣପୁର (ଗଣପତିବାଘ) ସୁବର୍ଣ୍ଣପୁର ଜିଲ୍ଲା ଦୂର୍ନିତୀ ନିବାରଣ ବିଭାଗ ଦ୍ବାରା ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଦୂର୍ନିତୀ ସଚେତନତା ସପ୍ତାହ ଉପଲକ୍ଷେ ଏକ ସାଧାରଣ ସଭା ଓ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲାପାଳ ଅବୋଲୀ ସୁନୀଲ ନରଓ୍ବେଣେ ଏହି କାର୍ଯକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାସ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଜିଲ୍ଲାକୁ ସଂମ୍ପୁର୍ଣ୍ଣ ଦୂର୍ନିତି ମୁକ୍ତ କରିବା ପାଇଁ ସମସ୍ତଙ୍କ ଉଦ୍ୟମ ଆବଶ୍ୟକ ବୋଲି ମତବ୍ୟକ୍ତ କରିଥିଲେ । ଆଜିର ସଭାରେ ଏକ ବିକଶିତ ରାଷ୍ଟ୍ର ପାଇଁ ଦୁର୍ନିତିମୁକ୍ତ ଭାରତ ଶୀର୍ଶକ ଉପରେ ଆଲୋଚନା ହୋଇଥିଲା ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଦୂର୍ନିତି ବିଭାଗର କାର୍ଯ୍ୟକର୍ତ୍ତାଙ୍କ ସମତେ ଜିଲ୍ଲାସ୍ତରୀୟ ଅଧିକାରୀ ତଥା ବିଭିନ୍ନ ସ୍ବଚ୍ଛାସେବୀ ଅନୁଷ୍ଠାନ ର କାର୍ଯ୍ୟକର୍ତ୍ତା ଯୋଗଦେଇଥିଲେ । ବିଗତ ଗୋଟେ ସପ୍ତାହ ବ୍ୟାପି ସାରା ଜିଲ୍ଲାରେ ଏହି କାର୍ଯ୍ୟକ୍ରମ ଚାଲୁଥିବା ବେଳେ ବିଭିନ୍ନ ପ୍ରକାର ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା । ଆଜି ଏହି ପ୍ରତିଯୋଗୀତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା ।

Post a Comment

Previous Post Next Post