ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖଲିପଥରରେ ବାର୍ଷିକ ଉତ୍ସବ ପାଳିତ


ବେଲପଡା  (ଗଣେଶ ଦାସ) ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ୍ ଖଲିପଥର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଥମ ବାର୍ଷିକ ଉତ୍ସବ ଗୁରୁବାର ଦିନ ପାଳିତ ହୋଇଯାଇଛି। ବିଦ୍ୟାଳୟର ସହକାରୀ ଶିକ୍ଷକ ଶ୍ରୀଯୁକ୍ତ ହରିଶ୍ ପଣ୍ଡା ଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଯୁବା ଗ୍ରାମ ପଞ୍ଚାୟତର ସରପଞ୍ଚ ଶ୍ରୀମତୀ ସୁଷମା ସେଠ୍ ଯୋଗଦେଇ ବିଦ୍ୟାଳୟର ସମସ୍ତ ଗୁରୁତ୍ବପୂର୍ଣ୍ଣ ଓ ଉନ୍ନତିମୂଳକ କାର୍ଯ୍ୟ କରିବା ପାଇଁ ପ୍ରତିଶ୍ରୃତି ଦେଇଥିଲେ । ବିଦ୍ୟାଳୟର ସହକାରୀ ଶିକ୍ଷକ ଶ୍ରୀଯୁକ୍ତ ଅକ୍ଷୟ କୁମାର ନାଗ ସ୍ଵାଗତ ଭାଷଣ ପ୍ରଦାନ କରିଥିବା ବେଳେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଗୋଲାପ କୁମାର ବିଶ୍ବାଳ ବାର୍ଷିକ ବିବରଣୀ ପଠନ କରିଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା।
  
ଏଥିରେ ମୁଖ୍ୟ ବକ୍ତା ଭାବେ ବେଲପଡା ବ୍ଲକ୍ ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ଶ୍ରୀଯୁକ୍ତ ଚତୁର୍ଭୁଜ ମିର୍ଦ୍ଧା, ସମ୍ମାନିତ ଅତିଥି ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ରଘୁନାଥ ମହରା, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଶ୍ରୀଯୁକ୍ତ ଦୀନବନ୍ଧୁ ତାଣ୍ଡି, ବିଦ୍ୟାଳୟ ପରିଚାଳନା କମିଟି ର ଚେୟାରମେନ ଶ୍ରୀଯୁକ୍ତ କୈଳାସ ମେହେର, ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀ ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ ପଞ୍ଚାନନ ରାଉତ, ଶ୍ରୀଯୁକ୍ତ ସନ୍ୟାସୀ ହଂସ, ଶ୍ରୀମତୀ ମାଧୁରୀ ବାରିକ,ଶ୍ରୀଯୁକ୍ତ ହରେଶ ଚନ୍ଦ୍ର ସାହୁ,ଶ୍ରୀଯୁକ୍ତ ଭଗବାନ ମଲ୍ଲିକ, ଶ୍ରୀମତୀ ଲକ୍ଷ୍ମୀପ୍ରିୟା କୁମ୍ଭାର, ବିଦ୍ୟାଳୟ ପରିଚାଳନା କମିଟି ର ସମସ୍ତ ସଦସ୍ୟ, ବିଦ୍ୟାଳୟ ର ପାଚିକା ଏବଂ ଗ୍ରାମବାସୀ ବୃନ୍ଦ ଉପସ୍ଥିତ ରହିଥିଲେ। ଶେଷରେ ବିଦ୍ୟାଳୟର ସହକାରୀ ଶିକ୍ଷକ ଶ୍ରୀଯୁକ୍ତ ରମାକାନ୍ତ ମେହେର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

Post a Comment

Previous Post Next Post