କଳାହାଣ୍ଡି ଜିଲ୍ଲା ଓଏସ୍ଇଏଫଡି ପକ୍ଷରୁ ସାଧାରଣ ବିଦ୍ୟାଳୟରେ ସ୍ଥାୟୀ ସ୍ଵତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବି


ଭବାନୀପାଟଣା/ଧର୍ମଗଡ ୨୨/୩ (ଶ୍ୟାମସୁନ୍ଦର ମାଝୀ) ଓଡ଼ିଶାର ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ଶିକ୍ଷା ପାଇଁ ମାନ୍ୟବର ଉଚ୍ଚତମ ନ୍ୟାୟାଳୟଙ୍କ ନିର୍ଦ୍ଧାରିତ ରାୟ ଅନୁସାରେ ସ୍ଥାୟୀ ସ୍ଵତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବିରେ ଆଜି ଓଡିଶା ସ୍ପେସିଆଲ ଏଜୁକେଟର ଫେଡେରେଶନ ଫର୍ ଦିବ୍ୟାଙ୍ଗ(ଓଏସ୍ଇଏଫଡି) କଳାହାଣ୍ଡି ଜିଲ୍ଲା ଶାଖା ତରଫରୁ ପଶ୍ଚିମ ଓଡିଶା ଆଇଟି ସେଲ୍ ସଂଯୋଜକ କ୍ଷୀରମୋହନ ପଟେଲ ମାନନୀୟ ମୁଖ୍ୟ ଶାସନ ସଚିବ ଙ୍କ ଉଦ୍ଦେଶ୍ୟରେ ଧର୍ମଗଡ ବ୍ଲକ୍ ବିଡ଼ିଓ ଶ୍ରୀ ଶରତ କୁମାର ସେଠୀ ମହୋଦୟ ଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଜଣେ ଦିବ୍ୟାଙ୍ଗ ବିଦ୍ୟାର୍ଥୀର ମଧ୍ଯ ଏକ ସାଧାରଣ ବିଦ୍ୟାର୍ଥୀ ପରି ସମାନ ଶିକ୍ଷା ପାଇବାର ଆବଶ୍ୟକତା ଏବଂ ଅଧିକାର ଆମ ସମାଜରେ ରହିଛି। ପ୍ରତ୍ୟେକ ସାଧାରଣ ବିଦ୍ୟାଳୟ ଗୁଡ଼ିକରେ ସ୍ଥାୟୀ ସ୍ଵତନ୍ତ୍ର ଶିକ୍ଷକ ନିଯୁକ୍ତି ଯଥା ଶୀଘ୍ର ବାହାର କରିବା ପାଇଁ ସଂଘ ପକ୍ଷରୁ ରାଜ୍ୟ ସରକାର ଙ୍କୁ ବିନମ୍ର ନିବେଦନ କରାଯିବା ସହ ଏହି ନିଯୁକ୍ତି ଦିଆଗଲେ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନେ ଉତ୍ତମ ଶିକ୍ଷା ପାଇ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇପାରିବା ସହ ଓଡ଼ିଶାର ୬୦୦୦ ରୁ ଉର୍ଦ୍ଧ୍ବ ଆଶାୟୀ ସ୍ଵତନ୍ତ୍ର ଶିକ୍ଷକ ଶିକ୍ଷୟିତ୍ରୀ ଉପକୃତ ହୋଇପାରିବେ। ସରକାର ଏଥିପ୍ରତି ଧ୍ୟାନ ଦେଇ ଉଚିତ୍ ପଦକ୍ଷେପ ଗ୍ରହଣ କରିବାକୁ ଅନୁରୋଧ।

Post a Comment

Previous Post Next Post