ସୁବର୍ଣ୍ଣପୁର (ଗଣପତି ବାଘ) ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆରଡିଏ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୪ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୨ ଗୋଟି ରହିଥିବାବେଳେ ୨ ଗୋଟି ସର୍ବସାଧାରଣ ଗ୍ରହଣ କରାଯାଇଛି । ତନ୍ମଧ୍ୟରୁ ୪ ଗୋଟି ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ସେହିପରି ଦୁଇ ଜଣ ଆବେଦନକାରୀ ସଖି ସୁନା, ଗ୍ରାମ -ସିଙ୍ଗାରି ଓ ଦୀପା ସାଗର, ସୋନପୁର ମ୍ୟୁନିସିପାଲିଟି ନିବାସୀଙ୍କୁ ଯଥାକ୍ରମେ ଟ.୨୦୦୦/- ଓ ଟ. ୫୦୦୦/- ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁପ୍ରଦାନ ପାଇଁ ମଞ୍ଜୁର କରାଯାଇଛି । ବିଡିଓ, ସୋନପୁର-ଶ୍ରୀ ସୌମ୍ୟ ରଞ୍ଜନ ସ୍ୱାଇଁ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର, ଉପଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଓ ଚିକିତ୍ସାଧିକାରୀ ଡ଼ଃ ବିଶ୍ୱ ରଞ୍ଜନ ପତି , ଜିଲ୍ଳା ଆଞ୍ଚଳିକ ପରିବହନ ଅଧିକାରୀ ଅକ୍ଷୟ ଜେନା , ଅବକାରୀ ଅଧିକ୍ଷକ ସୁମତୀ ତ୍ରିପାଠୀ, ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ,ଜିଲ୍ଳା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, କାର୍ଯ୍ୟନିର୍ବାହୀ ଅଧିକାରୀ ପୌରପରିଷଦ, ସୋନପୁର ସୂର୍ଯ୍ୟଂଶୁ ରୁଟ ,ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲ ।

Post a Comment