ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର


ସୁବର୍ଣ୍ଣପୁର (ଗଣପତି ବାଘ) ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୮ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୬ ଗୋଟି, ସାମୁହିକ ଦରଖାସ୍ତ ୨ ଗୋଟି ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ସମସ୍ତ ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ଗୁଡିକୁ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି । ଡୁଙ୍ଗୁରିପାଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ତ୍ରିପୁର ମହାନନ୍ଦିଆ ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ସୁବର୍ଣ୍ଣପୁର ଶ୍ରୀ ନିହାର ରଞ୍ଜନ କଁହର ,ଡୁଙ୍ଗୁରିପାଲି ବ୍ଲକ ଅଧ୍ୟକ୍ଷ୍ୟା ଶ୍ରୀମତୀ ଅହଲ୍ୟା ସାହୁ, ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ପ୍ରମୁଖ ଯୋଗଦାନ କରିଥିଲେ ।

Post a Comment

Previous Post Next Post