ଧର୍ମଗଡ (ପ୍ରଦିପ ସେଠିଆ ) ଓଡ଼ିଶାର ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ଶିକ୍ଷା ପାଇଁ ମାନ୍ୟବର ଉଚ୍ଚତମ ନ୍ୟାୟାଳୟ ଙ୍କ ନିର୍ଦ୍ଧାରିତ ରାୟ ଅନୁସାରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବିରେ ଆଜି ସ୍ପେସିଆଲ ଏଜୁକେଟର ଫେଡେରେସନ୍ ଫର୍ ଦିବ୍ୟାଙ୍ଗ ସଂଘ କଳାହାଣ୍ଡି ଜିଲ୍ଲା ତରଫରୁ ପଶ୍ଚିମ ଓଡ଼ିଶା ଆଇଟି ସେଲ୍ ସଂଯୋଜକ କ୍ଷୀରମୋହନ ପଟେଲ 5T ସଚିବ ଭି କାର୍ତ୍ତିକେଆନ୍ ପାଣ୍ଡିଆନ୍, ପୂର୍ବତନ ମନ୍ତ୍ରୀ ତଥା ଜୁନାଗଡ଼ ବିଧାୟକ ଏବଂ ଯାଜପୁର ବିଧାୟକ ତଥା ରାଜ୍ୟ ସାଂଗଠାନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଙ୍କୁ ଏକ ଦାବି ପତ୍ର ପ୍ରଦାନ କରିଛନ୍ତି। ଜଣେ ଦିବ୍ୟାଙ୍ଗ ବିଦ୍ୟାର୍ଥୀର ମଧ୍ଯ ଏକ ସାଧାରଣ ବିଦ୍ୟାର୍ଥୀ ପରି ସମାନ ଶିକ୍ଷା ପାଇବାର ଆବଶ୍ୟକତା ରହିଛି। ପ୍ରତ୍ୟେକ ସାଧାରଣ ବିଦ୍ୟାଳୟ ଗୁଡିକରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଯଥା ଶୀଘ୍ର ବାହାର କରିବା ପାଇଁ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ବିନମ୍ର ନିବେଦନ କରାଯିବା ସହ ଏହି ନିଯୁକ୍ତି ଦିଆଗଲେ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନେ ଉତ୍ତମ ଶିକ୍ଷା ପାଇ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇପାରିବେ ଏବଂ ଓଡ଼ିଶାର ୬୦୦୦ ରୁ ଉର୍ଦ୍ଧ୍ବ ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ଶିକ୍ଷୟିତ୍ରୀ ଉପକୃତ ହୋଇପାରିବେ। ସରକାର ଏଥିପ୍ରତି ଧ୍ୟାନ ଦେଇ ଉଚିତ୍ ପଦକ୍ଷେପ ଗ୍ରହଣ କରିବା ପାଇଁ ଅନୁରୋଧ କରୁଅଛୁ।

Post a Comment