ସୁବର୍ଣ୍ଣପୁର (ଗଣପତିବାଘ) ସୁବର୍ଣ୍ଣପୁର ଜିଲ୍ଲା ନିୟୋଜନ କାର୍ଯ୍ୟାଳୟ ଠାରେ " ବିଶ୍ୱ ଯୁବ ଦକ୍ଷତା ଦିବସ " ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ରେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ଦାସ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଥିବା ବେଳେ ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତ ସିଂହ ଏବଂ RSETI ର ନିର୍ଦ୍ଦେଶକ ଅର୍ଜୁନ ଟୁଡୁ ଅନ୍ୟତମ ଅତିଥି ଭାବରେ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମ ରେ ବିଭିନ୍ନ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଛାତ୍ର, ଛାତ୍ରୀ,ଅଭିଭାବକ, ଶିକ୍ଷକ ଏବଂ ଶିକ୍ଷୟିତ୍ରୀ ମାନେ ଅଂଶଗ୍ରହଣ କରିଥିଲେ । ଜିଲ୍ଲା ନିୟୋଜନ ଅଧିକାରୀ ଶ୍ରୀମତୀ ସଂଜୁ କୁମାରୀ ସାହୁ ସଭା ପରିଚାଳନା କରିଥିଲେ । ସକାଳ ୧୦ଘଣ୍ଟା ସମୟ ରେ ଏକ ରୋଡ଼ ଶୋ ର ଆୟୋଜନ କରାଯାଇଥିଲା । ଏଥିରେ ମହାରାଜା ଉଚ୍ଚ ବିଦ୍ୟାଳୟ, ବାଳିକା ଉଚ୍ଚ ବିଦ୍ୟାଳୟ ଏବଂ ବିଜୁ ପଟ୍ଟନାୟକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ସୋନପୁର ର ଛାତ୍ର ଛାତ୍ରୀ ମାନେ ଅଂଶ ଗ୍ରହଣ କରି ସହର ପରିକ୍ରମା କରିଥିଲେ । ବିଶ୍ୱ ଯୁବ ଦକ୍ଷତା ଉପଲକ୍ଷେ ପ୍ରବନ୍ଧ, ବକ୍ତୃତା, ତର୍କ ଏବଂ କୁଇଜ ପ୍ରତିଯୋଗିତା ମାନ ଅନୁଷ୍ଠିତ ହୋଇଥିଲା । ଉକ୍ତ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ଶେଷରେ ଜିଲ୍ଲା ନିୟୋଜନ ଅଧିକାରୀ ଶ୍ରୀମତୀ ସଂଜୁ କୁମାରୀ ସାହୁ ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Post a Comment