ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ବିଭିନ୍ନ ୩୨ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ


ସୁବର୍ଣ୍ଣପୁର (ଗଣପତି ବାଘ) ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହୋଇଯାଇଛି । ଶିବିରରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀଯୁକ୍ତ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୩୨ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିବା ବେଳେ ତନ୍ମଧ୍ୟରେ ୨୭ ଗୋଟି ବ୍ୟକ୍ତିଗତ ଓ ୦୫ ଗୋଟି ସାମୁହିକ ଦରଖାସ୍ତ ରହିଛି । ଶିବିରରେ ସମସ୍ତ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ଶିବିର ଅବସରରେ ଜିଲ୍ଲାପ୍ରଶାସନ ଓ ସୋନପୁର ବ୍ଲକ ତଥା ଏସ ଭି ନିରତାର ଓଲଟପୁର ସହାୟତାରେ ଅନୁଷ୍ଠିତ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ରେ ଭିନ୍ନକ୍ଷମ ବ୍ୟକ୍ତି ଙ୍କୁ ସହାୟକ ଉପକରଣ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ସହାୟକ ଉପକରଣ ବଣ୍ଟନ କାର୍ଯ୍ୟକ୍ରମ ରେ ବ୍ଲକ ଅନ୍ତର୍ଗତ ବିଭିନ୍ନ ୫୪ ଜଣ ଭିନ୍ନକ୍ଷମ ଯୋଗ୍ୟ ହିତାଧିକାରୀଙ୍କୁ ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ, ସିଡ଼ିଓ,ଉପଜିଲ୍ଲାପାଳ ସୋନପୁର, ବିଡ଼ିଓ ସୋନପୁର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ତଥା ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଆବଶ୍ୟକ ଭିନ୍ନକ୍ଷମ ସହାୟକ ଉପକରଣ ପ୍ରଦାନ କରିଥିଲେ । ଏହି ପରିପ୍ରେକ୍ଷୀରେ ୧୭ ଜଣଙ୍କୁ ହୁଇଲ ଚେୟାର,୦୮ ଜଣଙ୍କୁ ୩ ଚକିଆ ସାଇକିଲ, ୧୬ ଜଣଙ୍କୁ ଶ୍ରବଣ ଯନ୍ତ୍ର,୦୬ ଜଣଙ୍କୁ ୱାକିଙ୍ଗ ଷ୍ଟିକ,୦୫ ଜଣଙ୍କୁ ସ୍ମାର୍ଟ କେନ ଷ୍ଟିକ ପ୍ରଦାନ କରାଯାଇଛି । ବିଡିଓ ସୋନପୁର-ଶ୍ରୀ ସୌମ୍ୟ ରଞ୍ଜନ ସ୍ୱାଇଁ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ତଥା ଭିନ୍ନକ୍ଷମ ଶିବିର ରେ ପି ଡି ଡୁଡା ଶ୍ରୀ ବିଶ୍ୱନାଥ ବାରିକ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଶ୍ବିନୀ ମେହେର , ଉପଜିଲ୍ଲାପାଳ ଡ଼.ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର,ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଓ ଚିକିତ୍ସାଧିକାରୀ ଡ଼ଃ ରମେଶ ଚନ୍ଦ୍ର ସ୍ୱାଇଁ , ଅଧିକ୍ଷଣ ଯନ୍ତ୍ରୀ ଇଂ ଦାମୋଦର କୈବର୍ତ୍ତ,ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ , ଜିଲ୍ଲାପଂଚାୟତ ଅଧିକାରୀ ଶ୍ରୀ ଅର୍ଜୁନ ଚରଣ ମାଝୀ, ଡି ଏସ ଏସ ଓ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ,ଡି ଡବ୍ଲୁ ଓ ଅଚ୍ୟୁତାନନ୍ଦ ସିଂ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ,ନିର୍ବାହୀ ଅଧିକାରୀ ପୌର ପରିଷଦ ସୋନପୁର ଶ୍ରୀ ସୂର୍ଯ୍ୟଂଶୁ ରୁଟ ତଥା ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲ ।

Post a Comment

Previous Post Next Post