ବିଶ୍ଵ ପ୍ରାଥମିକ ଚିକିତ୍ସା ଦିବସ ପାଳିତ


କଣ୍ଟାମାଳ (ଆଜ ତକ ଓଡିଶା) ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଅନ୍ତର୍ଗତ କଣ୍ଟାମାଳ ସରକାରୀ ଉଚ୍ଚ ବିଦ୍ୟାଳୟର ଜୁନିୟର ରେଡକ୍ରସ ଆନୁକୂଲ୍ୟରେ ବିଶ୍ଵ ପ୍ରାଥମିକ ଚିକିତ୍ସା ଦିବସ ପାଳନ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରକାଶ କୁମାର ପ୍ରଧାନଙ୍କର ପ୍ରତ୍ୟକ୍ଷ ତତ୍ତ୍ୱବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିପତ୍ତି ଓ ବିପର୍ଯ୍ୟୟ ପରିଚାଳନା ସାଧନ କର୍ମୀ ବନମାଳୀ ମେହେର ଯୋଗଦେଇଥିଲେ । ପ୍ରାଥମିକ ଚିକିତ୍ସା ଉଦ୍ଦେଶ୍ୟ ଓ ଆବଶ୍ୟକତା ବିଷୟରେ ବୁଝାଇବା ସହ ଡେମୋଷ୍ଟେସନ ମାଧ୍ୟମରେ ରିକୋଭରି ପୋଜିସନ, ସକ୍ ,ମୁର୍ଚ୍ଛା, ଅସ୍ଥିଭଗ୍ନ, ରକ୍ତସ୍ରାବ, ଏପିଲେପସି, ବ୍ୟାଣ୍ଡେଜିଙ୍ଗ , ଆହତ ବ୍ୟକ୍ତିକୁ ସ୍ଥାନାନ୍ତରିତ କୌଶଳ, ଅଗ୍ନିରୁ ସୁରକ୍ଷା ପାଇବା ଉପାୟ ତଥା ଗୁଡସମରିତାନର ଭୂମିକା ଭଳି ବିଭିନ୍ନ କୌଶଳ ତାଲିମ ଦେଇଥିଲେ। ବିଜ୍ଞାନ ସମ୍ମତ ଅନୁସାରେ ଆହତ ବ୍ୟକ୍ତି କ’ଣ କରିବା ଉଚିତ, କଣ ନକରିବା ତାହା ବୁଝାଇଥିଲେ। ଏହି ଅବସରରେ ଛତ୍ରଛାତ୍ରୀମାନଙ୍କୁ ୧୧୨ ଫୋନ ନମ୍ବର ବିଷୟରେ ସୂଚନା ପ୍ରଦାନ କରିଥିଲେ ।କାର୍ଯ୍ୟକ୍ରମରେ ଶିକ୍ଷକ ମନୋରଞ୍ଜନ ପ୍ରଧାନ, ଶିକ୍ଷୟିତ୍ରୀ ଏମ. ମାଧୁରୀ ଦୋରା , ସୁଜିତ୍ କୁମାର ତରିଆ, ଆଲୋକ ପରଡିଆ, ଦୁଷ୍ମନ୍ତ ବିଶ୍ଵାଳ, ଗୀତାଞ୍ଜଳି ପ୍ରଧାନ, ସରୋଜ କୁମାର ସାହୁ ଓ ବିଦ୍ୟାଳୟରଛାତ୍ରଛାତ୍ରୀ ଉପସ୍ଥିତ ରହି ସହଯୋଗ କରିଥିଲେ ।

Post a Comment

Previous Post Next Post