ବଲାଙ୍ଗିର (ଗଣେଶ ଦାସ) ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପରିସରରେ ଜାତୀୟ କ୍ରୀଡା ଦିବସ ପାଳନ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କର ପ୍ରତ୍ୟକ୍ଷ ତତ୍ତ୍ୱlବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ଖେଳ ଶିକ୍ଷକ ହିମାଂଶୁ ଶେଖର ବିଶ୍ୱାଳ ସଂଯୋଜନା କରିଥିଲେ । ପ୍ରଥମେ ମେଜର ଧ୍ୟାନଚାନ୍ଦଙ୍କ ଫଟୋରେ ପୁଷ୍ପ ଅର୍ପଣ ପରେ ବୈଠକରେ ଜାତୀୟ କ୍ରୀଡା ଦିବସର ଆଭିମୁଖ୍ୟ ଉପରେ ଛାତ୍ରଛାତ୍ରୀ ତଥା ଶିକ୍ଷକ ଓ ଶିକ୍ଷୟିତ୍ରୀ ଆଲୋକପାତ କରିଥିଲେ । ଏହି ଅବସରରେ ଛlତ୍ରଛାତ୍ରୀ ମାନଙ୍କ ମଧ୍ୟରେ କୁଇଜ଼ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ।କାର୍ଯ୍ୟକ୍ରମରେ ଶିକ୍ଷକ ସୁଦର୍ଶନ ଦାଶ, ଲିଙ୍ଗରାଜ ନନ୍ଦ, ସମୀର ସେଠୀ, ଦୀପକସେନ ଧରୁଆ, ଶିକ୍ଷୟିତ୍ରୀ ଦ୍ରୌପଦୀ ଭୋଇ ସହ ଛାତ୍ରଛାତ୍ରୀ ଉପସ୍ଥିତ ରହି ସହଯୋଗ କରିଥିଲେ । କାର୍ଯ୍ୟକ୍ରମକୁ ଶିକ୍ଷୟିତ୍ରୀ ରେଣୁକା ସାହୁ ପରିଚାଳନା କରିଥିବା ବେଳେ ଶିକ୍ଷୟିତ୍ରୀ କାନ୍ତି ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ ।

Post a Comment