ବେଲପଡାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି : ବିଭିନ୍ନ ୧୮୬ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ


ବଲାଙ୍ଗିର : ୩୦/୧୦ (ଗଣେଶ ଦାସ) ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ ପଞ୍ଚାୟତ ସମିତି ବ୍ଲକ କାର୍ଯ୍ୟଳୟ ପରିସରରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି । ଶିବିରରେ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଡ଼ି. ଖିଲାରୀ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନ ସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ବିହିତ ୧୮୬ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିବା ବେଳେ ତନ୍ମଧ୍ୟରୁ ୧୭୦ ଗୋଟି ବ୍ୟକ୍ତିଗତ ଓ ୧୬ ଗୋଟି ସାମୁହିକ, ୪ ଗୋଟି ଅଭିଯୋଗ ଶିବିରରେ ସମାଧାନ ହୋଇଥିବା ବେଳେ, ରେଡକ୍ରସ ଫାଣ୍ଠିରୁ ଜଣଙ୍କୁ ୧୦ ହଜାର ଟଙ୍କା ମିଳିଥିବା ସୂଚନା ମିଳିଛି । ନିର୍ଦିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଧେଶ ଦେଇଛନ୍ତି ଜିଲ୍ଲାପାଳ । ଏହି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ ଉପ -ଜିଲ୍ଲାପାଳ ବିଜୟା ନନ୍ଦ ସେଠି,ବେଲପଡା ବ୍ଲକ ଚେୟାରମ୍ୟାନ ଟିନା କୁମ୍ଭାରଙ୍କ ସମେତ ଜିଲ୍ଲାର ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Post a Comment

Previous Post Next Post