ନଙ୍ଗଲବୋଡ଼ ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା ସଚେତନତା ଶିବିର ଅନୁଷ୍ଠିତ


ନୂଆପଡ଼ା (ପରମେଶ୍ବର ମେହେର) ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ନଙ୍ଗଳବୋଡ଼ ଗ୍ରାମ ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା ଆନୁକୂଲ୍ୟରେ ବିଭିନ୍ନ ବିଭାଗ ପକ୍ଷରୁ ମିଳୁଥିବା ସୁବିଧା ସୁଯୋଗ ବିଷୟରେ ପଞ୍ଚାୟତ ସ୍ତରରେ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ନଙ୍ଗଳବୋଡ଼ ସରପଞ୍ଚ ଶ୍ରୀଯୁକ୍ତ ଜଗଦିଶ ମାଝୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ୧୨ ନଂ ଜୋନ ଜିଲ୍ଲାପରିଷଦ ସଦସ୍ୟା ଶ୍ରୀମତୀ ପୁଷ୍ପାଞ୍ଜଳି ଗୁଆଲ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସମିତି ସଭ୍ୟ ଶ୍ରୀଯୁକ୍ତ ଡିଙ୍ଗର ମାଝି, ICDS ସୁପରଭାଇଜର ଶ୍ରୀମତୀ ଅଲି ସେନାପତି, ସ୍ଵାସ୍ଥ୍ୟ ବିଭାଗ କର୍ମଚାରୀ  ଶ୍ରୀଯୁକ୍ତ ଧବଳେଶ୍ଵର ମେହେର, ନଙ୍ଗଳବୋଡ଼ ଆଶ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଖଗେଶ୍ବର ମାଝି, ଭଟ୍ଟାପାଣି କଳିଙ୍ଗ ହାଇସ୍କୁଲ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ନିରାକାର ସାହୁ,ଯୁଗମନ୍ ମାଝି,ଗିରିଧାରୀ ମାଝି, ପରମେଶ୍ବର ମାଝି,ପ୍ରମୁଖ ଯୋଗଦେଇ ଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ । କାର୍ଯ୍ୟକ୍ରମକୁ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ଭୋଜାରାଜ୍ ପ୍ରଧାନୀ ମଞ୍ଚ ପରିଚାଳନା କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଅତିଥି ମାନେ ବିଭିନ୍ନ ବିଭାଗର ଯୋଜନା ସମ୍ପର୍କରେ ଜନସାଧାରଣଙ୍କୁ ବିସ୍ତୃତ ଭାବରେ ବୁଝାଇଥିବା ବେଳେ ନବୀନ ସରକାରଙ୍କ ବିଭିନ୍ନ ଯୋଜନାର ସୁଯୋଗ ନେବାକୁ ପରାମର୍ଶ ଦେଇଥିଲେ । ଏଥିରେ ବିଭିନ୍ନ ବିଭାଗ ପକ୍ଷରୁ ଷ୍ଟଲ ଖୋଲି ନିଜ ବିଭାଗ ଯୋଜନା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇଥିଲେ । ଏହି କାର୍ଯ୍ୟକ୍ରମକୁ ୱାର୍ଡ ସଭ୍ୟ, ସଭ୍ୟା, ଏମ୍.ବି.କେ, ସି ଆର.ପି,ଅଙ୍ଗନୱାଡି କର୍ମି, ଆଶା କର୍ମି,ସମସ୍ତ ଗାଁ ସାଥି ସମେତ ପଞ୍ଚାୟତର ସମସ୍ତ କର୍ମଚାରୀ ପରିଚାଳନାରେ ସହଯୋଗ କରିଥିଲେ ।

Post a Comment

Previous Post Next Post