କୁକୁଡ଼ା ତାଳରେ ବାଘ ଆତଙ୍କ, ବାଛୁରୀକୁ ମାରି ଖାଇଛି


ନୂଆପଡ଼ା (ବିରବଲ ପ୍ରଧାନ) ନୂଆପଡ଼ା ଜିଲ୍ଲାରେ ପୁଣି ବାଘ ଆତଙ୍କ ଦେଖିବାକୁ ମିଳିଛି। ସୋମବାର ରାତିରେ ନୂଆପଡ଼ା ସଦର ରେଞ୍ଜ ଆମାନାରା ସେକ୍ସନର କୁକୁଡ଼ାତାଲ ଗାଁରେ ପୁଣି ବାଛୁରିକୁ ମାରି ଖାଇଛି ବାଘ। ମଙ୍ଗଳବାର ସକାଳେ ଗାଁର ଫଗୁନୀ କେଉଟ ନିଜ ଗୁହାଳରେ ବାଛୁରି ନଥିବା ଦେଖି ଆଖପାଖରେ ଖୋଜିଥିଲେ। ପରେ ବାଛୁରିଟି ଏକ ଚାଷ ଜମିରେ ମରି ପଡ଼ିଥ‌ିଲା। ଏବେ ବନ ବିଭାଗର କର୍ମଚାରୀମାନେ ଗାଁରେ ପହଞ୍ଚି ଭୟଭୀତ ନହେବା ଲାଗି ଗାଁଲୋକଙ୍କୁ ସଚେତନ କରୁଛନ୍ତି।


Post a Comment

Previous Post Next Post