ବିଜୁଜନତା ଦଳ ପକ୍ଷରୁ ରକ୍ତଦାନ ଶିବିର


ବାଲେଶ୍ୱର,୮/୮(ଲକ୍ଷ୍ମୀଧର ବାରିକ): ନୀଳଗିରି ସ୍ଥିତ ବିଜୁଜନତା ଦଳ କାର୍ଯ୍ୟାଳୟରେ କ୍ରାନ୍ତି ଦିବସକୁ ଗରିମାମୟ କରିବା ପାଇଁ ଏକ ବିଶାଳ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଅଛି। ପ୍ରାକ୍ତନ ବିଧାୟକ ଇଂ ସୁକାନ୍ତ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଶିବିରକୁ ଉଦଘାଟନ କରିଥିଲେ। ସମ୍ମାନୀତ ଅତିଥି ଭାବେ ବାଲେଶ୍ୱର ରକ୍ତ କେନ୍ଦ୍ରର ଅଧିକାରୀ ଡାକ୍ତର ବସନ୍ତ କୁମାର ଉପାଧ୍ୟାୟ, ନୀଳଗିରି ରକ୍ତ କେନ୍ଦ୍ରର ଅଧିକାରୀ ଡାକ୍ତର ତ୍ରିନାଥ ପାଳ ଯୋଗଦେଇ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ। ବାଲେଶ୍ଵର ଓ ନୀଳଗିରି ରକ୍ତ କେନ୍ଦ୍ରର କର୍ମଚାରୀ ମାନେ ରକ୍ତ ସଂଗ୍ରହ କରିଥିଲେ। ଶିବିରରୁ ୧୩୬ ୟୁନିଟ ରକ୍ତ ସଂଗୃହିତ ହୋଇଥିଲା। ଏଥିରେ ଦଳୀୟ କର୍ମକର୍ତ୍ତା ଶିବିରକୁ ପରିଚାଳନାରେ ସହଯୋଗ କରିଥିଲେ।

Post a Comment

Previous Post Next Post