ନୁଆପଡ଼ା:- (ବିରବଲ ପ୍ରଧାନ)ନୂଆପଡ଼ା ଜିଲ୍ଲାରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ସ୍ବାଧୀନତା ଦିବସରେ ପତକା ଉତ୍ତୋଳନ କରିବେ। ଆସନ୍ତା ଅଗଷ୍ଟ ୧୫ ତାରିଖରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ ଦେଓ ନୂଆପଡ଼ା ଜିଲ୍ଲାକୁ ଦିନିକିଆ ଗସ୍ତରେ ଆସିବେ। ସେ ସକାଳେ ପ୍ରଥମେ ଗାନ୍ଧି ପ୍ରମୋଦ ଉଦ୍ୟାନରେ ମହାତ୍ମା ଗାନ୍ଧିଙ୍କ ପ୍ରତିମୂର୍ତି ଓ ଏକତା ଛକରେ ସ୍ବର୍ଗତ ଘାସିରାମ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବେ। ସେହି ପରି ୯ଟାରେ ସ୍ଥାନୀୟ ମିନି ଷ୍ଟାଡିୟମରେ ଜିଲ୍ଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହେବ। ଏହି କାର୍ଯ୍ୟକ୍ରମ ରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂଦେଓ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ମିଳିତ ପ୍ୟାରେଡର ଅଭି ଅଭିବାଦନ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ପରେ ଜିଲ୍ଲାସ୍ତରୀୟ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ମାନପତ୍ର ଦେଇ ପୁରସ୍କୃତ କରିବେ। ଏହା ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରକ୍ତଭଣ୍ଡାର ରେ ଜିଲ୍ଲା ପ୍ରଶାସନ ତରଫରୁ ଆୟୋଜିତ ରକ୍ତଦାନ ଶିବିରକୁ ଉଦ୍ଘାଟନ କରିବାର କାର୍ଯ୍ୟକ୍ରମ ରହିଛି।

Post a Comment