ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ


ନୁଆପଡ଼ା:- ( ବିରବଲ ପ୍ରଧାନ)ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନୂଆପଡା ଠାରେ ଜିଲ୍ଲା ସ୍ତରୀୟ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ ହୋଇଥିଲା । ସର୍ବପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଧରଣୀଧର ସେନାପତି ସମସ୍ତ ନସିଂ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ସବୁଜ ପତାକା ଦେଖାଇ ଏକ ରାଲିର ଶୁଭାରମ୍ଭ କରିଥିଲେ । ଏହି ରାଲି ମୁଖ୍ୟ ଚିକିତ୍ସାଳୟରୁ ବାହାରି ଏକତା ଛକ ଦେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଯାଇ ପୁଣି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଫେରିଥିଲା । ଏହାର ନେତୃତ୍ୱ ଜିଲ୍ଲା ଜନ ସ୍ଵାସ୍ଥ୍ୟ ଯୋଗାଯୋଗ ଅଧିକାରୀ କିଶୋର ଚନ୍ଦ୍ର ପଟେଲ ନେଇଥିଲେ । ଏହି ଅବସରରେ ଆଜି ନୂଆପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସମ୍ମିଳନୀ କକ୍ଷରେ ଏକ କର୍ମଶାଳାର ଆୟୋଜନ କରାଯାଇଥିଲା । ଏହି କର୍ମଶାଳାରେ ମୁଖ୍ୟ ଅତିଥି ଭାବରେ ନୂଆପଡା ଜିଲ୍ଲାର ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ ଯୋଗଦାନ କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ସଂଗୀତା ପାତ୍ର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିଦ୍ୟା ପତି ପଣ୍ଡା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଧରଣୀଧର ସେନାପତି, ଜିଲ୍ଲା ଜନ ସ୍ଵାସ୍ଥ୍ୟ ଅଧିକାରୀ ଡାକ୍ତର ଗୁରୁ ପ୍ରସାଦ ଜେନା, ଜିଲ୍ଳା ପରିବାର କଲ୍ୟାଣ ଅଧିକାରୀ ଡାକ୍ତର ଉମାକାନ୍ତ ମେହେର, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଅଧୀକ୍ଷକ ଡାକ୍ତର ଲଳିତ ମୋହନ ବିଶି, ସ୍ତ୍ରୀ ଓ ପ୍ରସୂତୀ ରୋଗ ବିଶେଷଜ୍ଞ ଡାକ୍ତର ବିଦ୍ୟାଧର ନାଗ, ଜିଲ୍ଲା ପ୍ରକଳ୍ପ ପରିଚାଳକ ଦିଲୀପ କୁମାର ଦୁବେ, ଜିଲ୍ଳା ମହାମାରୀ ବିଶେଷଜ୍ଞ ଡାକ୍ତର ଜଗତବନ୍ଧୁ ମହାପାତ୍ର ଏବଂ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗର କର୍ମକର୍ତ୍ତା, ଅଧିକାରୀ, ନସିଂ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଏବଂ ଚିକିତ୍ସାଳୟର ବିଭିନ୍ନ କର୍ମଚାରୀବୃନ୍ଦ ଉପସ୍ଥିତ ଥିଲେ ।
ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ କିଶୋର ଚନ୍ଦ୍ର ପଟେଲ ପରିଚାଳନା କରିଥିଲେ ।

Post a Comment

Previous Post Next Post