ନୂଆପଡ଼ା ରେ ଜିଲ୍ଲା ଉନ୍ନୟନ ସମିତି ବୈଠକ ଅନୁଷ୍ଠିତ


ନୂଆପଡ଼ା ୨୬/୧୧ (ବିରବଲ ପ୍ରଧାନ) ଆଜି ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସଦ୍ଭାବନା ସଭା ଗୃହରେ ଜିଲ୍ଲା ଉନ୍ନୟନ ସମିତି ବୈଠକ ଅନୁଷ୍ଠିତ ହୋଇ ଯାଇଅଛି । ଜିଲ୍ଲାର ସମସ୍ତ ବିଭାଗ ମଧ୍ୟରେ ସମନ୍ଵୟ ରକ୍ଷା ପୂର୍ବକ ସାମଗ୍ରିକ ବିକାଶ କୁ ତ୍ୱରାନ୍ୱିତ କରିବା ପାଇଁ ଜିଲ୍ଲପାଳ ଙ୍କ ଏହା ତୃତୀୟ ବୈଠକ ଥିଲା । ପ୍ରାରମ୍ଭରେ ଜିଲ୍ଲାପାଳ ସମସ୍ତଙ୍କୁ ସ୍ବାଗତ କରି ବୈଠକର ଉଦ୍ଦେଶ୍ୟ ସମ୍ବନ୍ଧରେ ସୂଚନା ଦେଇଥିଲେ । ଅତିରିକ୍ତ ଜିଲ୍ଲାପାଳ ସୁବାସ ଚନ୍ଦ୍ର ରଇତ ବିଗତ ବୈଠକର ବିବରଣୀ ପାଠ କରି ଥିଲେ । ଏହା ଉପରେ ବିଶଦ ଆଲୋଚନା ପରେ ଆସନ୍ତା ମାସ ପାଇଁ ବିଭିନ୍ନ ବିଭାଗର ଲକ୍ଷ୍ୟ ପୂରଣ ପାଇଁ ଜିଲ୍ଲାପାଳ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଆନ୍ତ ବିଭାଗୀୟ ବିସଂଗତି ଉପରେ ଆଲୋଚନା କରି ସେସବୁର ସମାଧାନ କରାଗଲା । ଉନ୍ନୟନ କାର୍ଯ୍ଯନିର୍ବାହି ସଂସ୍ଥା ସେମାନଙ୍କ କାମ ଠିକ୍ ସମୟରେ ସାରିବା ପାଇଁ ଜିଲ୍ଲାପାଳ ତାଗିଦ୍ କରିଥିଲେ । ବୈଠକରେ ପଞ୍ଚାୟତି ରାଜ, ରାଜସ୍ୱ, କୃଷି, ଉଦ୍ୟାନ କୃଷି, ଜଳସେଚନ, ରାସ୍ତା ଓ ଗୃହନିର୍ମାଣ ବିଭାଗ, ଉଠା ଜଳସେଚନ, ଶିକ୍ଷା,ସ୍ୱାସ୍ଥ୍ୟ, ଜଙ୍ଗଲ ଇତ୍ୟାଦି ସମସ୍ତ ବିଭାଗର କାର୍ଯ୍ୟ ଉପରେ ସମୀକ୍ଷା ହୋଇଥିଲା ।

ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ର ଜିଲ୍ଲାରେ ମାଓବାଦୀ ଦମନ ପାଇଁ ରାସ୍ତା ଘାଟ ର ଉନ୍ନତି ସହିତ ଆଦିବାସୀ ଅଧ୍ୟୁଷିତ ଅଂଚଳରେ ଜନସାଧାରଣ ଙ୍କୁ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦେବା ଉପରେ ଗୁରୁତ୍ଵ ଦେଇଥିଲେ । ସଭାରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ବନଖଣ୍ଡ ଅଧିକାରୀ ଅଜିଜ ଖାନ୍, ମହାଦେବ ବଡାଇକ, ଉପଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ ଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ସମସ୍ତ ନିର୍ବାହୀ ଯନ୍ତ୍ରୀ ଏବଂ ଲାଇନ୍ ବିଭାଗ ର ଅଧିକାରୀମାନେ ଯୋଗଦେଇଥିଲେ । ସମସ୍ତ ବିଭାଗର ଅଧିକାରୀ ଏବଂ କର୍ମଚାରୀ ମାନେ ଉତ୍ସର୍ଗୀକୃତ ମନୋଭାବ ନେଇ ନିଜ ନିଜର କାମ କରିବାକୁ ଜିଲ୍ଲାପାଳ ଆହ୍ବାନ କରିଥିଲେ ।

Post a Comment

Previous Post Next Post