ମୁକୁନ୍ଦପୁର ଆଶ୍ରମ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ


ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ଅନ୍ତର୍ଗତ ମୁକୁନ୍ଦପୁର ଆଶ୍ରମ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଜଳନ୍ଧର ରଣାଙ୍କ ସଭାପତିତ୍ବରେ ସଭା କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ବାର୍ଷିକ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଅତିରିକ୍ତ ମଙ୍ଗଳ ଅଧିକାରୀ ଶ୍ରୀମତୀ ସଂଯୁକ୍ତା ମାଝୀ, ମୁଖ୍ୟ ବକ୍ତା ଭାବରେ ଅସୁରମୁଣ୍ଡା ଆଶ୍ରମ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ବୃନ୍ଦାବନ ବଢେଇ, ସମ୍ମାନିତ ଅତିଥି ଭାବରେ ୱାର୍ଡ ମେମ୍ବର ଶ୍ରୀମତୀ ସକୁନ୍ତଳା ସାହୁ, ଆଦିବାସୀ ନେତା ଶ୍ରୀଯୁକ୍ତ କଳ୍ପ ବରିହା ପ୍ରମୁଖ ମଞ୍ଚାସୀନ ଥିଲେ। ଆଶ୍ରମ ବିଦ୍ୟାଳୟ ର ଶିକ୍ଷକ ଅଶୋକ ଝାଙ୍କର ମଞ୍ଚ ପରିଚାଳନା କରିଥିଲେ ଓ ବିଦ୍ୟାଳୟ ଶିକ୍ଷୟିତ୍ରୀ ଶ୍ରୀମା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କୃତି ପ୍ରତିଯୋଗୀଙ୍କୁ ଅତିଥିଙ୍କ ଦ୍ବାରା ମାନପତ୍ର ସହ ପୁରସ୍କୃତ କରାଯାଇଥିଲା। ଉତ୍ସବରେ ବିଦ୍ୟାଳୟ ବରିଷ୍ଠ ଶିକ୍ଷକ ଫଗୁନୁ ପଲିଆ,କୁନୁ ତାଣ୍ଡି ଓ ସମସ୍ତ ଛାତ୍ରଛାତ୍ରୀ ଏବଂ ଗ୍ରାମର ସମସ୍ତ ଭଦ୍ର ବ୍ୟକ୍ତି ସହଯୋଗ କରିଥିଲେ।


Post a Comment

Previous Post Next Post