ନୂଆପଡା ଉପନିର୍ବାଚନ ପାଇଁ ଅବକାରୀ ବିଭାଗ ତରଫରୁ ବ୍ୟାପକ ତଲାସୀ ଅଭିଯାନ । ୯୧ଲକ୍ଷ ୩୮ହଜାର ୬୪୨ ଟଙ୍କା ମୂଲ୍ୟର ଅବକାରୀ ସାମଗ୍ରୀ , ୫ ବାଇକ୍ ଓ ଏବଂ ଏକ ଚାରିଚକିଆ ଯାନ ଜବତ

ଆଜତକ ଓଡ଼ିଶା
0

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ଅବକାରୀ ବିଭାଗ ତରଫରୁ ବ୍ୟାପକ ତଲାସୀ ଅଭିଯାନ ଚାଲିଛି । ଗତ ୨୮ ତାରିଖ ରେ ବିଭାଗୀୟ ଅଧିକାରୀ ଯାଞ୍ଚ କରି ୫୧୫ ଲି ହାତ ରନ୍ଧା ମଦ, ୧୨ ଲି ବାହାର ଭାଟି ମଦ, ଗାଞ୍ଜା ୨୯ କେଜି ଏବଂ ୧୫,୮୦୦ କେଜି ମହୁଲ ପୋଚ ଜବତ କରିଛନ୍ତି । ଏସବୁର ଆନୁମାନିକ ମୂଲ୍ୟ ୧୧ ଲକ୍ଷ ୮୬ ହଜାର ଟଙ୍କା ହେବ । ଅଦ୍ୟାବଧି ଅବକାରୀ ବିଭାଗ ୬୯ଲି ବିଅର୍, ୩୮ଲି ବିଦେଶୀ ମଦ, ୫୧୮୦ ଲି ହାତ ରନ୍ଧା ମଦ,୧୧୩୭ ଲି ବାହାର ଭାଟି ମଦ ,୫୫ କେଜି ଗଞ୍ଜେଇ ଏବଂ ୧,୨୭ ,୧୫୦ କେଜି ମହୁଲ ପୋଚ ଜବତ କରିଛନ୍ତି । ଏସବୁର ଅନୁମାନିକ ମୂଲ୍ୟ ୯୧ ଲକ୍ଷ ୩୮ ହଜାର ୬୪୨ ଟଙ୍କା ହେବ । ଏହା ସହିତ ପାଞ୍ଚ ଗୋଟି ବାଇକ୍ ଏବଂ ଏକ ଚାରିଚକିଆ ଯାନ ମଧ୍ୟ ଅବକାରୀ ବିଭାଗ ଜବତ କରିଛନ୍ତି । ବର୍ତ୍ତମାନ ସୁଦ୍ଧା ୧୬୪ ଟି ଅବକାରୀ କେଶ୍ ରୁଜ୍ଜୁ ହୋଇଛି ଓ ୯୩ ଜଣଙ୍କୁ ଗିରଫ କରାଯାଇଥିବା ଅବକାରୀ ଅଧିକ୍ଷକ ଜଣାଇଛନ୍ତି । ନିର୍ବାଚନ ସମୟରେ ବେଆଇନ୍ ଅବକାରୀ ସାମଗ୍ରୀ ଚାଲାଣ ଓ କାର୍ଯ୍ୟକଳାପ ସମ୍ପୂର୍ଣ ବନ୍ଦ କରିବା ପାଇଁ ଜିଲ୍ଲାପାଳ ନିୟୋଜିତ ସମସ୍ତ ଟିମ୍ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Post a Comment

0 Comments

Please Select Embedded Mode To show the Comment System.*

3/related/default