ନୂଆପଡା ୦୬ /୧୧ : ନୂଆପଡା ଉପନିର୍ବାଚନ ପାଇଁ ଅବକାରୀ ବିଭାଗ ତରଫରୁ ତତ୍ପରତା ସହିତ ତଲାସୀ ଅଭିଯାନ ଚାଲିଛି । ଗତ ୦୫ ତାରିଖ ରେ ବିଭାଗୀୟ ଅଧିକାରୀ ଯାଞ୍ଚ କରି ୧୫ ଲି ହାତ ରନ୍ଧା ମଦ, ୩୬ ଲି ବାହାର ଭାଟି ମଦ,ଏବଂ ୧୪୦୦ କେଜି ମହୁଲ ପୋଚ ଜବତ କରିଛନ୍ତି । ଏସବୁର ଆନୁମାନିକ ମୂଲ୍ୟ ୮୨୦୫୦ ଟଙ୍କା ହେବ । ଅଦ୍ୟାବଧି ଅବକାରୀ ବିଭାଗ ୭୭ ଲି ବିଅର୍, ୪୨ ଲି ବିଦେଶୀ ମଦ, ୬୭୮୦ ଲି ହାତ ରନ୍ଧା ମଦ, ୧୪୫୫ ଲି ବାହାର ଭାଟି ମଦ ,୬୦କେଜି ଗଞ୍ଜେଇ ଏବଂ ୧,୬୮ , ୦୫୦ କେଜି ମହୁଲ ପୋଚ ଜବତ କରିଛନ୍ତି । ଏସବୁର ଆନୁମାନିକ ମୂଲ୍ୟ ୧ କୋଟି ୧୬ ଲକ୍ଷ ୮୮ ହଜାର ୪୩୬ ଟଙ୍କା ହେବ । ଏହା ସହିତ ଛଅ ଗୋଟି ବାଇକ୍ ଏବଂ ଏକ ଚାରିଚକିଆ ଯାନ ମଧ୍ୟ ଅବକାରୀ ବିଭାଗ ଜବତ କରିଛନ୍ତି । ବର୍ତ୍ତମାନ ସୁଦ୍ଧା ୨୩୨ ଟି ଅବକାରୀ କେଶ୍ ରୁଜ୍ଜୁ ହୋଇଛି ଓ ୧୨୭ ଜଣଙ୍କୁ ଗିରଫ କରାଯାଇଥିବା ଅବକାରୀ ଅଧିକ୍ଷକ ଜଣାଇଛନ୍ତି । ନିର୍ବାଚନ ସମୟରେ ବେଆଇନ୍ ଅବକାରୀ ସାମଗ୍ରୀ ଚାଲାଣ ଓ କାର୍ଯ୍ୟକଳାପ ସମ୍ପୂର୍ଣ ବନ୍ଦ କରିବା ପାଇଁ ଜିଲ୍ଲାପାଳ ନିୟୋଜିତ ସମସ୍ତ ଟିମ୍ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ନୂଆପଡା ଉପନିର୍ବାଚନ ପାଇଁ ଅବକାରୀ ବିଭାଗ ତରଫରୁ ତତ୍ପରତା ସହିତ ତଲାସୀ ଅଭିଯାନ
Thursday, November 06, 2025
0

Tags