ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରି : ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ୍ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଆଜତକ ଓଡ଼ିଶା
0


ଭୁବନେଶ୍ୱର : (ସମୀର ରଞ୍ଜନ ନାୟକ)

ଭୁବନେଶ୍ୱର :ଉପ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତ୍ରୀ ପ୍ରଭାତୀ ପରିଡ଼ା BJDସଭାପତି ନବୀନ ପଟ୍ଟନାୟକଙ୍କୁ କଟାକ୍ଷ କରିବା ସହ କଡ଼ା ଜବାବ୍ ଦେଇଛନ୍ତି। ସେ କହିଛନ୍ତି, ଯିଏ ମିଶନ ଶକ୍ତିର ମହିଳାଙ୍କ ସହିତ ପ୍ରତି କଥାରେ ବିଶ୍ୱାସଘାତ କରିଛି ତାର ଜବାବ ଉପନିର୍ବାଚନରେ ସୁଭଦ୍ରା ଭଉଣୀମାନେ ନିଶ୍ଚୟ ଦେବେ। ପ୍ରଭାତୀ ସୋସିଆଲ ମିଡ଼ିଆ ଏକ୍ସରେ ପୋଷ୍ଟ କରି ନବୀନଙ୍କୁ ଟାର୍ଗେଟ୍ କରିଛନ୍ତି । ସେ ଲେଖିଛନ୍ତି, ବିଶ୍ୱାସଘାତକତା କ’ଣ ଏବେ ବୋଧେ ଛାମୁଙ୍କୁ ଲାଗିଲା ! ନୂଆପଡା ବାସୀ ନବୀନ ପଟ୍ଟନାୟକଙ୍କ ୨୪ ବର୍ଷର ବିଶ୍ୱାସଘାତର ଜବାବ ଦେବାପାଇଁ ହିଁ ପ୍ରସ୍ତୁତ ହେଉଛନ୍ତି । ଯିଏ ମିଶନ ଶକ୍ତିର ମହିଳାଙ୍କ ସହିତ ପ୍ରତି କଥାରେ ବିଶ୍ୱାସଘାତ କରିଛି ତାର ଜବାବ ନିର୍ବାଚନରେ ସୁଭଦ୍ରା ଭଉଣୀମାନେ ନିଶ୍ଚୟ ଦେବେ । ସେହିପରି ମିଛ ପ୍ରତିଶ୍ରୁତି ନୁହେଁ ୫୦୦ ଦିନର ସରକାର ଉପରେ ଭରସା ଓ ବିଶ୍ୱାସର ଭୋଟ ଦେବେ ନୂଆପଡାବାସୀ । ଡବଲ ଇଂଜିନ, କ୍ୟାପଟେନ ଫିଟ -ବିଜେପିକୁ ହିଁ ବାଛିବେ, ପଦ୍ମଫୁଲରେ ଭୋଟ ଦେବେପ୍ରଭାତୀ ସୋସିଆଲ ମିଡ଼ିଆ ଏକ୍ସରେ ପୋଷ୍ଟ କରି ନବୀନଙ୍କୁ ଟାର୍ଗେଟ୍ କରିଛନ୍ତି । ସେ ଲେଖିଛନ୍ତି, ବିଶ୍ୱାସଘାତକତା କ’ଣ ଏବେ ବୋଧେ ଛାମୁଙ୍କୁ ଲାଗିଲା ! ନୂଆପଡା ବାସୀ ନବୀନ ପଟ୍ଟନାୟକଙ୍କ ୨୪ ବର୍ଷର ବିଶ୍ୱାସଘାତର ଜବାବ ଦେବାପାଇଁ ହିଁ ପ୍ରସ୍ତୁତ ହେଉଛନ୍ତି । ଯିଏ ମିଶନ ଶକ୍ତିର ମହିଳାଙ୍କ ସହିତ ପ୍ରତି କଥାରେ ବିଶ୍ୱାସଘାତ କରିଛି ତାର ଜବାବ ନିର୍ବାଚନରେ ସୁଭଦ୍ରା ଭଉଣୀମାନେ ନିଶ୍ଚୟ ଦେବେ । ସେହିପରି ମିଛ ପ୍ରତିଶ୍ରୁତି ନୁହେଁ ୫୦୦ ଦିନର ସରକାର ଉପରେ ଭରସା ଓ ବିଶ୍ୱାସର ଭୋଟ ଦେବେ ନୂଆପଡାବାସୀ । ଡବଲ ଇଂଜିନ, କ୍ୟାପଟେନ ଫିଟ -ବିଜେପିକୁ ହିଁ ବାଛିବେ, ପଦ୍ମଫୁଲରେ ଭୋଟ ଦେବେ । ଗତକାଲି ନବୀନ ନୂଆପଡ଼ା ଗସ୍ତ କରି ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିଥିଲେ । ଏହି ସମୟରେ ସେ ବିଜେପି ଉପରେ ପ୍ରାର୍ଥୀ ଚୋରିର ଅଭିଯୋଗ ଆଣିଥିଲେ । ଆପଣଙ୍କ ସହ ଓ ବିଜେଡି ସହିତ ବେଇମାନି ହୋଇଛି । ଆପଣଙ୍କ କ୍ଷୋଭ ପାଇଁ ନଭେମ୍ବର ୧୧ରେ ଆମେ ବଦଲା ନେବା । ଏ ସରକାରକୁ ୧୬ ମାସ ବିତି ସାରିଛି । ୧୬ ମାସର ବିଜେପି ସରକାରରେ କାମ ଜିରୋ ଏବଂ ବିକାଶ ପୂରା ଠପ୍ ହୋଇ ଯାଇଛି ଭଳି ଅନେକ ଅଭିଯୋଗ ଆଣିଥିଲେ ନବୀନ ।

Post a Comment

0 Comments

Please Select Embedded Mode To show the Comment System.*

3/related/default