ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଟିମନପୁର ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଶିକ୍ଷକ ସଂଘର ଆହ୍ୱାନ କ୍ରମେ ତୃତୀୟ ଦିନରେ ଓଏଭି ଟିମନପୁର ବିଦ୍ୟାଳୟ ଆଗରେ ଅଭିଭାବକ ମାନଙ୍କ ସହ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କଦ୍ଵାରା ଶାନ୍ତିପୂର୍ଣ୍ଣ ବିକ୍ଷୋଭ ପ୍ରଦର୍ଶନ କରାଯାଇଅଛି।୧୩ ଦଫା ସମ୍ବନ୍ଧୀୟ ଦାବିପତ୍ର ଦେବା ସହ ବିଧାୟକଙ୍କ ଦ୍ବାରସ୍ଥ ହୋଇଛନ୍ତି ଶିକ୍ଷକ ଶିକ୍ଷୟିତ୍ରୀମାନେ। ଦୀର୍ଘ ଦଶନ୍ଧିର ବିଭିନ୍ନ ସମସ୍ୟାର ସମାଧାନ ପାଇଁ କଳାବ୍ୟାଜ ପିନ୍ଧି ସରକାରଙ୍କ ଦୃଷ୍ଟି ଆକର୍ଷଣ ପାଇଁ ଆନ୍ଦୋଳନକୁ ଓହ୍ଲେଇଛି ସଂଘ। ଓଏଭି ଛାତ୍ରଛାତ୍ରୀମାନଙ୍କୁ ଏନ୍ଏମ୍ଏମ୍ଏସ୍ ପରୀକ୍ଷା ରେ ଅଂଶଗ୍ରହଣ ପାଇଁ ଅନୁମତି, ନିଟ୍ ଏବଂ ଜେଇଇ ପରୀକ୍ଷାରେ ୧୫% ସ୍ଥାନ ସଂରକ୍ଷଣ, ଓଏଭି କର୍ମଚାରୀଙ୍କୁ ସରକାରୀ ମାନ୍ୟତା ଦେବା, ୟୁନିଫର୍ମ କ୍ୟାଡ଼ର ମାନ୍ୟତା ଦେବା, ଶାରୀରିକ ଶିକ୍ଷା, ସଙ୍ଗୀତ, ଏବଂ କମ୍ପ୍ୟୁଟର ଶିକ୍ଷକଙ୍କୁ ସମାନ କାମକୁ ସମାନ ଦରମା ପାଇଁ ୪୬୦୦ ଗ୍ରେଡ଼ ପେ ପ୍ରଦାନ କରିବା, ପ୍ରତ୍ୟେକ ବିଦ୍ୟାଳୟ ରେ ସାଇନ୍ସ କମର୍ସ ଭଳି ଆର୍ଟ୍ସ ଷ୍ଟ୍ରିମ୍ ଖୋଲିବା ସହ ଓଡ଼ିଆ, ହିନ୍ଦୀ, ସଂସ୍କୃତ ବିଷୟ ପାଇଁ ପିଜିଟି ପଦବୀ ସୃଷ୍ଟି କରିବା, ଆର୍ଟ ଶିକ୍ଷକ ପାଇଁ ଟିଜିଟି ଭିଜୁଆଲ ଆର୍ଟ ମାନ୍ୟତା ଦେବା, ପ୍ରିନ୍ସିପାଲ ମାନଙ୍କ ଗ୍ରେଡ଼ ପେ ସମସ୍ୟାର ସମାଧାନ କରିବା, ଓଏଭି କର୍ମଚାରୀଙ୍କ ସନ୍ତାନ ପାଇଁ ପ୍ରବେଶ ହେତୁ ବିଶେଷ ସ୍ଥାନ ସଂରକ୍ଷଣ ବ୍ୟବସ୍ଥା କରିବା, କ୍ଲାର୍କ Clerk କର୍ମଚାରୀଙ୍କ ଚାକିରି ରେ ନିୟମିତ କରିବା, ପୂର୍ବରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ରେ କାର୍ଯ୍ୟରତ ଶିକ୍ଷକଙ୍କ ପୂର୍ବ ସେବା ଅବଧିକୁ ବର୍ତ୍ତମାନ ସେବାରେ ମିଶାଇବା, ପୂର୍ବରୁ ଓଏଭିରେ ଟିଜିଟି ଭାବେ କାର୍ଯ୍ୟ କରି ପୁନର୍ବାର ପିଜିଟି ଭାବେ ଯୋଗଦେଇଥିବା ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଚାକିରି ଓ ଦରମା ରେ ସୁରକ୍ଷା ପ୍ରଦାନ କରିବା, ପୂର୍ବବତ୍ ରାଜ୍ୟ ସ୍ତରରେ ବିଦ୍ୟାଳୟ ପ୍ରତିଷ୍ଠା ଦିବସ ପାଳନ ପାଇଁ ଅର୍ଥ ମଞ୍ଜୁର କରିବା, ପିଏମ୍ ଶ୍ରୀ ସ୍କୁଲ ରେ ଓଏଭିକୁ ଅନ୍ତର୍ଭୁକ୍ତ କରିବା ଆଦି ସମସ୍ୟାର ସମାଧାନ କରି ଶିକ୍ଷାର ଗୁଣବତ୍ତା କର୍ମଚାରୀଙ୍କ ନ୍ୟାୟ ପାଇଁ ବିହିତ କାର୍ଯାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି କରିଛନ୍ତି। ଯଦି ସମସ୍ୟାର ସମାଧାନ ନ ହୁଏ ତାହେଲେ ଡିସେମ୍ବର ଆଠ ତାରିଖରେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ମତ ପ୍ରକାଶ କରିଛନ୍ତି ରାଜ୍ୟ ସଭାପତି ରିପୁଦମନ ମିଶ୍ର ଏବଂ ରାଜ୍ୟ ସଂପାଦକ ସୁଭାଶିଷ ଦାସ। ସୂଚନା ଥାଉ ଯେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ରାଜ୍ୟର ଛାତ୍ରଛାତ୍ରୀମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ସିବିଏସ୍ଇ ଅନୁବନ୍ଧିତ ଇଂରାଜୀ ମାଧ୍ୟମରେ ନିଃଶୁଳ୍କ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିଥାଏ । ଯଦ୍ୱାରା ଗ୍ରାମାଞ୍ଚଳର ଗରିବ ମେଧାବୀ ଛାତ୍ରଛାତ୍ରୀମାନେ ବିଭିନ୍ନ କ୍ଷେତ୍ରରେ ନିଜର ଉତ୍କର୍ଷତା ପ୍ରଦର୍ଶନ କରି ଆସୁଛନ୍ତି କିନ୍ତୁ ବିଡ଼ମ୍ବନାର ବିଷୟ ଏବେ ଏହି ଓଏଭିର ଛାତ୍ରଛାତ୍ରୀ ଏବଂ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଅବହେଳିତ ଅବସ୍ଥାରେ ରହିଛନ୍ତି । ଓଏଭି ଚାକିରିରେ ଯୋଗଦେଇ ମୃତ୍ୟୁ ବରଣ କରିଥିବା ୨୪ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ପରିବାରବର୍ଗଙ୍କୁ ପ୍ରାପ୍ୟ ସୁବିଧା ସୁଯୋଗ ରୁ ବଞ୍ଚିତ କରାଯାଇଅଛି। ଏ ସମ୍ପର୍କରେ ବୁଦ୍ଧିଜୀବୀ ମାନେ ଦୁଃଖ ପ୍ରକାଶ କରିଛନ୍ତି।
ବ୍ଳାକ୍ ବ୍ୟାଚ୍ ପିନ୍ଧି କାର୍ଯ୍ୟରେ ଯୋଗ ଦେଲେ ଓଏଭି ଶିକ୍ଷକ ଶିକ୍ଷୟିତ୍ରୀ
Wednesday, November 26, 2025
0

Tags