ନୂଆପଡା ଉପନିର୍ବାଚନ ପାଇଁ ଅବକାରୀ ବିଭାଗ ତରଫରୁ ତତ୍ପରତା ସହିତ ତଲାସୀ ଅଭିଯାନ : ୧କୋଟି ୨୦ ଲକ୍ଷ ୦୩ ହଜାର ୭୫୬ ଟଙ୍କା ମୂଲ୍ୟର ଅବକାରୀ ସାମଗ୍ରୀ , ୮ ବାଇକ୍ ଓ ଏବଂ ଏକ ଚାରିଚକିଆ ଯାନ ଜବତ

ଆଜତକ ଓଡ଼ିଶା
0


ନୂଆପଡା ୦୭ /୧୧ (ପରମେଶ୍ଵର ମେହେର) ନୂଆପଡା ଉପନିର୍ବାଚନ ପାଇଁ ଅବକାରୀ ବିଭାଗ ତରଫରୁ ତତ୍ପରତା ସହିତ ତଲାସୀ ଅଭିଯାନ ଚାଲିଛି । ଗତ ୦୬ ତାରିଖ ରେ ବିଭାଗୀୟ ଅଧିକାରୀ ଯାଞ୍ଚ କରି ୧୮୩ ଲି ହାତ ରନ୍ଧା ମଦ, ୫୬ ଲି ବାହାର ଭାଟି ମଦ, ୯ ଲି ବିଅର, ୩୨୫୦ କେଜି ମହୁଲ ପୋଚ ଏବଂ ଦୁଇ ଗୋଟି ବାଇକ ଜବତ କରିଛନ୍ତି । ଏସବୁର ଆନୁମାନିକ ମୂଲ୍ୟ ୩,୧୫ ,୩୨୦ ଟଙ୍କା ହେବ । ଅଦ୍ୟାବଧି ଅବକାରୀ ବିଭାଗ ୮୬ ଲି ବିଅର୍, ୪୨ ଲି ବିଦେଶୀ ମଦ, ୬୯୬୩ ଲି ହାତ ରନ୍ଧା ମଦ, ୧୫୧୨ ଲି ବାହାର ଭାଟି ମଦ ,୬୦କେଜି ଗଞ୍ଜେଇ ଏବଂ ୧,୭୧ , ୩୦୦ କେଜି ମହୁଲ ପୋଚ ଜବତ କରିଛନ୍ତି । ଏସବୁର ଆନୁମାନିକ ମୂଲ୍ୟ ୧ କୋଟି ୨୦ ଲକ୍ଷ ୦୩ ହଜାର ୭୫୬ ଟଙ୍କା ହେବ । ଏହା ସହିତ ୮ ଗୋଟି ବାଇକ୍ ଏବଂ ଏକ ଚାରିଚକିଆ ଯାନ ମଧ୍ୟ ଅବକାରୀ ବିଭାଗ ଜବତ କରିଛନ୍ତି । ବର୍ତ୍ତମାନ ସୁଦ୍ଧା ୨୪୨ ଟି ଅବକାରୀ କେଶ୍ ରୁଜ୍ଜୁ ହୋଇଛି ଓ ୧୩୪ ଜଣଙ୍କୁ ଗିରଫ କରାଯାଇଥିବା ଅବକାରୀ ଅଧିକ୍ଷକ ଜଣାଇଛନ୍ତି । ନିର୍ବାଚନ ସମୟରେ ବେଆଇନ୍ ଅବକାରୀ ସାମଗ୍ରୀ ଚାଲାଣ ଓ କାର୍ଯ୍ୟକଳାପ ସମ୍ପୂର୍ଣ ବନ୍ଦ କରିବା ପାଇଁ ଜିଲ୍ଲାପାଳ ନିୟୋଜିତ ସମସ୍ତ ଟିମ୍ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Post a Comment

0 Comments

Please Select Embedded Mode To show the Comment System.*

3/related/default