ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ ପରିବର୍ତ୍ତନ ହେବ ନାହିଁ
Monday, December 15, 2025
0
ଭୁବନେଶ୍ୱର : (ସମୀର ରଞ୍ଜନ ନାୟକ) ରାଜ୍ୟରେ ଜାରି ରହିଛି ଶୀତ ପ୍ରବାହ । ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ ସେଭଳି ପରିବର୍ତ୍ତନ ହେବ ନାହିଁ । ଗୋଟିଏ ଦୁଇଟି ସହରର ତାପମାତ୍ରା ଏପାଖ ସେପାଖ ହୋଇପାରେ । ସୁନ୍ଦରଗଡ଼, କନ୍ଧମାଳ, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ । ଘୂ.ଉଦୟଗିରିରେ ତାପମାତ୍ରା ୪.୨ ଡିଗ୍ରୀ, ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ୬ ଡିଗ୍ରି, ସିମିଳିଗୁଡ଼ାରେ ୬.୧ ଡିଗ୍ରୀ, କୋରାପୁଟରେ ୭ ଡିଗ୍ରୀ, ରାଉରକେଲାରେ ୮.୨ ଡିଗ୍ରୀ, ଚିପିଲିମାରେ ୮.୬ ଡିଗ୍ରୀ, ଝାରସୁଗୁଡ଼ାରେ ୮.୯ ଡିଗ୍ରୀ, ଭବାନୀପାଟଣାରେ ୯ ଡିଗ୍ରୀ, ଅନୁଗୁଳରେ ୯.୬ ଡିଗ୍ରୀ, ବୌଦ୍ଧ ଓ କିରୋଇରେ ୯.୮ ଡିଗ୍ରି ରହିଥିଲା । ଅନ୍ୟ ସମସ୍ତ ସହରର ପାରଦ ୧୦ ଡିଗ୍ରି କିମ୍ବା ତା’ଠାରୁ ଅଧିକ ଥିଲା । କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ପଡ଼ିଛି। କେତେକ ସ୍ଥାନରେ ପାରଦ ସ୍ବାଭାବିକ ଠାରୁ ୬ ଡିଗ୍ରି ପର୍ଯ୍ୟନ୍ତ କମ୍ ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।
Tags

