ମୁଖ୍ୟମନ୍ତ୍ରୀଙ୍କୁ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଏହି ରିପୋର୍ଟ ଦେଇଛନ୍ତି।
ଭୁବନେଶ୍ୱର (ସମୀର ରଞ୍ଜନ ନାୟକ) ମାଲକାନଗିରି ହିଂସାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଦିଆଯାଇଛି ରିପୋର୍ଟ। ମୁଖ୍ୟମନ୍ତ୍ରୀଙ୍କୁ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଏହି ରିପୋର୍ଟ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମାଲକାନଗିରିରେ ସ୍ଥିତି ସମୀକ୍ଷା କରି ଫେରିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଇଛନ୍ତି।ଗତକାଲି ମାଲକାନଗିରି ଗସ୍ତରେ ଯାଇଥିଲେ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଓ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବା ସହ ଦୁଇ ଗୋଷ୍ଠୀ ସହ ଆଲୋଚନା କରିଥିଲେ । ଏବେ ଗ୍ରାଉଣ୍ଡ ଜିରୋରେ ସ୍ଥିତି ଅନୁଧ୍ୟାନ କଲେ ଦକ୍ଷିଣାଞ୍ଚଳ ଆରଡିସି ସଂଗ୍ରାମ ମହାପାତ୍ର । ପ୍ରଭାବିତ ଗାଁକୁ ଯାଇ ସ୍ଥିତି ଦେଖିବା ସହିତ ପିଡ଼ୀତ ପରିବାରକୁ ମଧ୍ୟ ସେ ଭେଟିଛନ୍ତି । ଏବେ ଲୋକଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି । କ୍ଷୟକ୍ଷତିର ଆକଳନ ପରେ ସରକାରୀ ସୁବିଧା ମିଳିବ । ଏନେଇ ଆରଡିସି ସୂଚନା ଦେଇଛନ୍ତି । ସେପଟେ ଉତ୍ତେଜନା ଆଶଙ୍କାରେ ଆଜି ରାତି ୧୨ଟା ପର୍ଯ୍ୟନ୍ତ ଇଣ୍ଟରନେଟ କଟକଣା ଜାରି ରହିବ ।

