ନୁଆପଡ଼ା ୦୧.୧୨ : (ବିରବଲ ପ୍ରଧାନ) ନୂଆପଡ଼ା ଜିଲ୍ଲା ନୂଆପଡ଼ା ବ୍ଲକ ସାରାବଙ୍ଗ ଗ୍ରାମ ପଞ୍ଚାୟତରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସଭାପତିତ୍ବରେ ପ୍ରବାସୀ ଶ୍ରମିକ ନିରାକରଣ ପାଇଁ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ , ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲ୍ଲାପାଳ ସୁର୍ମି ସୋରେନ, ସି ଡି ଏମ୍ ଓ ଡଃ ଧନେଶ୍ୱର ସେଠୀ, ତହସିଲଦାର ପ୍ରଣବ ରଞ୍ଜନ ସାହୁ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଅତିଥି ହିସାବରେ ଯୋଗଦେଇଥିଲେ । ନୂଆପଡ଼ା ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ସମସ୍ତ ଅତିଥି, ଅଧିକାରୀ ତଥା ଜନସାଧାରଣଙ୍କୁ ସ୍ବାଗତ କରି ସଭା ପରିଚାଳନା କରିଥିଲେ । ସଭାରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗଦେଇ ଶ୍ରମିକ, କୃଷକ , ମହିଳା ତଥା ଜନସାଧାରଣଙ୍କ ପାଇଁ ଥିବା ବିଭିନ୍ନ ବିଭାଗୀୟ ଲୋକାଭିମୁଖୀ ଯୋଜନା ସମ୍ବନ୍ଧରେ ଅବଗତ କରାଇଥିଲେ । ଜିଲ୍ଲାପାଳ ସମସ୍ତଙ୍କୁ ସଂଵୋଧନ କରି କହିଲେଯେ ଘର ପାଖରେ ବିଭିନ୍ନ ଶ୍ରମଭିତ୍ତିକ କାମ ତଥା ବ୍ୟବସାୟ ଆରମ୍ଭ କରିବା ପାଇଁ ସହଜ ଋଣ ମିଳୁଥିବାରୁ ପ୍ରବାସୀ ଶ୍ରମିକ ହିସାବରେ ଅନ୍ୟ ରାଜ୍ୟକୁ ନ ଯିବା ପାଇଁ ସମସ୍ତେ ପଣ କରନ୍ତୁ । ଜିଲ୍ଲା ପ୍ରଶାସନ ସମସ୍ତ ଶ୍ରମିକ ମାନଙ୍କୁ ଖାଦ୍ୟ ,ଉତ୍ତମ ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ଜଳସେଚନ ସୁବିଧା ସହିତ ଜୀବନ ଜୀବିକା ନିର୍ବାହ ପାଇଁ ବିଭିନ୍ନ ଯୋଜନାରେ ସାମିଲ କରିବା ପାଇଁ ପଦକ୍ଷେପ ନେଉଛନ୍ତି । ଯେଉମାନେ ଗତ ବର୍ଷ ପ୍ରବାସୀ ଶ୍ରମିକ ହିସାବରେ ଅନ୍ୟ ରାଜ୍ୟକୁ ଯାଇଥିଲେ ସେମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ସମସ୍ତ ସରକାରୀ ସୁବିଧା ସୁଯୋଗ ଯୋଗାଇ ଦିଆଯିବ ଲ୍। ସମସ୍ତେ ମିଶି ନୂଆପଡ଼ାକୁ ପ୍ରବାସୀ ଶ୍ରମିକ ଏବଂ ପ୍ଲାଷ୍ଟିକ ମୁକ୍ତ ଜିଲ୍ଲାରେ ପରିଣତ କରିବା ପାଇଁ ସେ ଆହ୍ଵାନ ଦେଇଥିଲେ । ପ୍ରଥମେ ସମାରୋହରେ ଝିଅ ପାଇଁ ଗଛଟିଏ ଏବଂ ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳ ନବଜାତକ ଶିଶୁ କନ୍ୟାକୁ କୋଳରେ ଧରି ତାହାର ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ । ଶିଶୁର ପିତାମାତାଙ୍କୁ ଉପହାର ସହିତ ନୂତନ ବୃକ୍ଷ ଚାରା ପ୍ରଦାନ କରିଥିଲେ । ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ଗାଁର ଗର୍ଭବତୀ ମହିଳାଙ୍କୁ ଫଳମୂଳ, ପନିପରିବା, ପୃଷ୍ଟିକର ଖାଦ୍ୟ ଏବଂ ବିଭିନ୍ନ ଉପହାର ଅତିଥି ମାନେ ଭେଟି ଦେଇଥିଲେ ।
ନୂଆପଡ଼ା ଜିଲ୍ଲା ସାରାବଙ୍ଗ ଗ୍ରାମ ପଞ୍ଚାୟତରେ ପ୍ରବାସୀ ଶ୍ରମିକ ସଚେତନତା ସଭା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ
Monday, December 01, 2025
0

Tags