ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ଆଜତକ ଓଡ଼ିଶା
0


ଭୁବନେଶ୍ୱର : (ସମୀର ରଞ୍ଜନ ନାୟକ) ଫେବ୍ରୁଆରୀ ୧୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ତାରିଖ ଘୋଷଣା କରାଯାଇଛି। ସକାଳ ୯ଟାରୁ ସାଢ଼େ ୧୧ଟା ଯାଏ ପରୀକ୍ଷା ଚାଲିବ। ଗଣିତ ପରୀକ୍ଷାରେ ଛାତ୍ରୀଛାତ୍ରଙ୍କୁ ଅଧିକ ୧୫ ମିନିଟ ଦିଆଯିବ । ଫେବ୍ରୁଆରୀ ୧୯ରୁ ମାର୍ଚ୍ଚ ୨ ଯାଏ ମାଟ୍ରିକ ପରୀକ୍ଷା ଚାଲିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ସୂଚନା ଦେଇଛି।ତେବେ କେଉଁ ଦିନ କେଉଁ ପରୀକ୍ଷା ରହିଛି ତାହାର ପୁରା କାର୍ଯ୍ୟ ସୂଚୀ ବୋର୍ଡ ପକ୍ଷରୁ ଦିଆଯାଇଛି । ଫେବୃଆରୀ ୧୯ ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଏହାପରେ ୨୧ରେ ଇଂରାଜୀ, ୨୩ରେ ସଂସ୍କୃତ ଏବଂ ହିନ୍ଦୀ, ୨୫ରେ ବିଜ୍ଞାନ ପରୀକ୍ଷା ରହିଥିବା ବେଳେ ୨୭ରେ ସାମାଜିକ ବିଜ୍ଞାନ, ମାର୍ଚ୍ଚ ୨ରେ ଗଣିତ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌ ସମୟ ଦିଆଯିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି ।

Post a Comment

0 Comments

Please Select Embedded Mode To show the Comment System.*

3/related/default