ଶୀତରେ ଥରୁଛି ଓଡ଼ିଶା: ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ରେକର୍ଡ

ଆଜତକ ଓଡ଼ିଶା
0


ଭୁବନେଶ୍ବର: (ସମୀର ରଞ୍ଜନ ନାୟକ) ଅସହ୍ୟ ଶୀତରେ ଥରୁଛି ଓଡ଼ିଶା । ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି। ସାରା ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଉଛି । ଉପକୂଳରୁ ଉପାନ୍ତ, ଉତ୍ତରରୁ ଦକ୍ଷିଣ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । ୧୦ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି । ୧୫ଡିଗ୍ରୀ ତଳେ ୩୯ଟି ସହର ପାରଦ ରହିଛି ରାଜ୍ୟ ପାଣିପାଗ ବିଭାଗର ସୂଚନାନୁସାରେ, ସୋମବାର ଜି.ଉଦୟଗିରିରେ ତାପମାତ୍ରା ୪.୩ ଡିଗ୍ରୀ ଥିବାବେଳେ ସେମିଳିଗୁଡ଼ାରେ ୪.୬ ଡିଗ୍ରୀ, ଫୁଲବାଣୀରେ ୭.୨ ଡିଗ୍ରୀ, ଝାରସୁଗୁଡ଼ାରେ ୭.୪ ଡିଗ୍ରୀ, ଦାରିଙ୍ଗବାଡ଼ିରେ ୭.୫ ଡିଗ୍ରୀ, ରାଉରକେଲାରେ ୭.୬ ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରହିଛି। ସେହିପରି ଚିପିଲିମାରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ଥିବାବେଳେ ଅନୁଗୋଳରେ ୮.୮ ଡିଗ୍ରୀ, କିରେଇରେ ୮.୯ ଡିଗ୍ରୀ, ଭବାନୀପାଟଣାରେ ୯ ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି। ଶୀତରୁ ରକ୍ଷା ପାଇବା ପାଇଁ ଲୋକେ ନିଆଁ ଜାଳି ବସୁଛନ୍ତି। କାମଧନ୍ଦାକୁ ଯିବା ଶ୍ରମିକମାନଙ୍କ ପାଇଁ କଷ୍ଟକର ହୋଇପଡୁଛି। ଆସନ୍ତା ୧୨ ତାରିଖ ଯାଏ ରାଜ୍ୟରେ ଶୀତ ଲହରି ଜାରି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନାରୁ ଜଣାପଡ଼ିଛି।

Post a Comment

0 Comments

Please Select Embedded Mode To show the Comment System.*

3/related/default