ବଙ୍ଗୋମୁଣ୍ଡା ବ୍ଲକରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ

ଆଜତକ ଓଡ଼ିଶା
0

ବଲାଙ୍ଗିର ୦୧/୧୨ (ଗଣେଶ ଦାସ) ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁସାରେ ଆଜି ବଙ୍ଗୋମୁଣ୍ଡା ବ୍ଲକ ମୁଖ୍ୟାଳୟରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଗୌରୱ ଶିୱାଜୀ ଇସଲୱାର, ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଙ୍କୁ ସମୁଦାୟ ୭୮ ଗୋଟି ଅଭିଯୋଗ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୬୯ ଟି ବ୍ୟକ୍ତିଗତ ଅଭିଯୋଗ ଓ ଅବଶିଷ୍ଠ ୧୯ ଗୋଟି ସାମୁହିକ ଅଭିଯୋଗ ଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ମାନେ ଜନସାଧାରଣଙ୍କ ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରି ୭ ଟି ମାମଲାର ଶୁଣାଣୀର ତୁରନ୍ତ ସମାଧାନ କରିଥିଲେ ଏବଂ ବାକି ଥିବା ମାମଲା ଗୁଡିକୁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ଯଥା ଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ନିର୍ବାହୀ ଅଧିକାରୀ-ତଥା-ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲାପରିଷଦ, ତରଣୀ ସୁନା, ଟିଟିଲାଗଡ ଉପ ଜିଲ୍ଲାପାଳ, ପଦ୍ମନାଭ ସାମନ୍ତରାୟ ତଥା ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।

Post a Comment

0 Comments

Please Select Embedded Mode To show the Comment System.*

3/related/default