ବିଭିନ୍ନ ପ୍ରକାରର ୫୧ଟି ଅଭିଯୋଗ ଦରଖାସ୍ତ ଗ୍ରହଣ
ଉଲୁଣ୍ଡା ୦୮/୧୨ (ରାଜେଶ କୁମାର ବାଘ) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଉଲୁଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ସିଂଢୋଲ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟର ବଜାର ପ୍ରାଙ୍ଗଣ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପରାଜ ସାହୁ ଓ ଉପ ଆରକ୍ଷୀ ଅଧିକ୍ଷକ ହେମନ୍ତ ରାଓ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୫୧ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୩୪ଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୧୮ଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଉଲୁଣ୍ଡା ବ୍ଲକ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ତଥା ଭାରପ୍ରାପ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶୁଭ୍ରାଂଶୁ ଶେଖର ମଲ୍ଲିକଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ) ରାଜେନ୍ଦ୍ର ମାଝୀ, ବୀରମହାରାଜପୁର ଉପ - ଜିଲ୍ଲାପାଳ ସୁରେନ୍ଦ୍ର କୁମାର ମେହେରଙ୍କ ସମେତ ଉଲୁଣ୍ଡା ଭାରପ୍ରାପ୍ତ ତହସିଲଦାର ସୋମନାଥ ବେହେରା, ସିଣ୍ଢୋଳ ସରପଞ୍ଚ ପ୍ରଦୀପ କୁମାର ଦେହୁରୀ ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ ବୃନ୍ଦଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅର୍ଜୁନ ମାଝୀଙ୍କ ସହିତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗଦାନ କରିଥିଲେ। ଏହି ଅବସରରେ ସିଂଢୋଲ ଗ୍ରାମର ଏକ ଭିନ୍ନକ୍ଷମ ବାଳକ ଆୟୁଷ ସେଠି, ପିତା କୁଞ୍ଜବିହାରୀ ସେଠୀଙ୍କୁ ଜିଲ୍ଲାପାଳ ଡ଼ ନୃପରାଜ ସାହୁଙ୍କ ଦ୍ଵାରା ଏକ ହ୍ଵିଲ ଚେୟାର ପ୍ରଦାନ କରାଯାଇଥିଲା।


