ନୁଆପଡ଼ା : (ବିରବଲ ପ୍ରଧାନ) ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ଟେମରୀ ଗ୍ରାମରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସଭାପତିତ୍ବରେ ପ୍ରବାସୀ ଶ୍ରମିକ ନିରାକରଣ ପାଇଁ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ସୁର୍ମି ସୋରେନ, ସି ଡି ଏମ୍ ଓ ଡଃ ଧନେଶ୍ୱର ସେଠୀ , ବିଡ଼ିଓ ସୁଶାନ୍ତ କୁମାର ରଣା, ତହସିଲଦାର ସରିତା ଗୁପ୍ତା, ସ୍ଥାନୀୟ ସରପଞ୍ଚ ରଶ୍ମିତା ସିହ୍ନା ପ୍ରମୁଖ ଅତିଥି ହିସାବରେ ଯୋଗଦେଇଥିଲେ । ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ସମସ୍ତ ଅତିଥି, ଅଧିକାରୀ ତଥା ଜନସାଧାରଣଙ୍କୁ ସ୍ବାଗତ କରି ସଭା ପରିଚାଳନା କରିଥିଲେ । ସଭାରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗଦେଇ ଶ୍ରମିକ, କୃଷକ, ମହିଳା ତଥା ଜନସାଧାରଣଙ୍କ ପାଇଁ ଥିବା ବିଭିନ୍ନ ବିଭାଗୀୟ ଲୋକାଭିମୁଖୀ ଯୋଜନା ସମ୍ବନ୍ଧରେ ଅବଗତ କରାଇଥିଲେ । ଜିଲ୍ଲାପାଳ ସମସ୍ତଙ୍କୁ ଉଦବୋଧନ ଦେଇ କହିଲେ ଯେ ଜିଲ୍ଲା ପ୍ରଶାସନ ଲୋକଙ୍କର, ଲୋକଙ୍କ ଦ୍ଵାରା ଏବଂ ଲୋକଙ୍କ ପାଇଁ। ପ୍ରଶାସନ ଆପଣମାନଙ୍କ ପାଖକୁ ଆସିଚି ଆପଣଙ୍କ ସମସ୍ୟା ବୁଝିବା ପାଇଁ। ଏଥିପାଇଁ ଆପଣମାନଙ୍କ ସହଯୋଗ ଦରକାର। ସେ କହିଲେ ଯେ ନୂଆପଡ଼ା ଜିଲ୍ଲା ଆଉ ଉପାନ୍ତ ଜିଲ୍ଲା ନାହିଁ ଏହା ଏକ ସମ୍ଭ୍ରାନ୍ତ ଜିଲ୍ଲାରେ ପରିଣତ ହୋଇଯାଇଛି ଏବଂ ଜାତୀୟ ସ୍ତରରେ ପ୍ରଶଂସିତ ହୋଇଛି। ଜିଲ୍ଲାରେ ପର୍ଯ୍ୟାପ୍ତ ପରିମାଣର ସରକାରୀ ଯୋଜନା ଅଛି ଏବଂ ଏହାର ଲାଭ ଉଠେଇବାକୁ ଜିଲ୍ଲାବାସଙ୍କୁ ଆହ୍ବାନ ଦେଇଥିଲେ । ସେ କହିଲେଯେ ପ୍ରବାସୀ ଶ୍ରମିକ ହିସାବରେ ଅନ୍ୟ ରାଜ୍ୟକୁ ନ ଯିବା ପାଇଁ ସମସ୍ତେ ପଣ କରନ୍ତୁ । ଯେଉଁମାନେ ଆଗରୁ ଶ୍ରମିକ ହିସାବରେ ଅନ୍ୟ ରାଜ୍ୟକୁ ଯାଇଥିଲେ ସେମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ସମସ୍ତ ସରକାରୀ ସୁବିଧା ସୁଯୋଗ ଯୋଗାଇ ଦିଆଯିବ । ସମସ୍ତେ ମିଶି ନୂଆପଡ଼ାକୁ ପ୍ରବାସୀ ଶ୍ରମିକ ଏବଂ ପ୍ଲାଷ୍ଟିକ ମୁକ୍ତ ଜିଲ୍ଲାରେ ପରିଣତ କରିବା ପାଇଁ ସେ ଆହ୍ଵାନ ଦେଇଥିଲେ। ପ୍ରଥମେ ସମାରୋହରେ ଝିଅ ପାଇଁ ଗଛଟିଏ ଏବଂ ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳ ନବ ଜାତକ ଶିଶୁ କନ୍ୟା ରୁଦ୍ରାକ୍ଷୀ ମାଝୀକୁ କୋଳରେ ଧରି ତାହାର ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ । ଶିଶୁର ପିତାମାତାଙ୍କୁ ଉପହାର ସହିତ ନୂତନ ବୃକ୍ଷ ଚାରା ପ୍ରଦାନ କରିଥିଲେ । ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ଗାଁର ଦୁଇ ଜଣ ଗର୍ଭବତୀ ମହିଳାଙ୍କୁ ଫଳମୂଳ, ପନିପରିବା, ପୃଷ୍ଟିକର ଖାଦ୍ୟ ଏବଂ ବିଭିନ୍ନ ଉପହାର ଅତିଥି ମାନେ ଭେଟି ଦେଇଥିଲେ । ଏହି ଅବସରରେ, ମହୁଲପଡ଼ା ସେବାଶ୍ରମର ଛାତ୍ରୀ ମାନଙ୍କ ଦ୍ଵାରା ପ୍ଲାଷ୍ଟିକ ମୁକ୍ତ ଅଭିଯାନ ଉପରେ ଏକ କ୍ଷୁଦ୍ର ନାଟିକା ପରିବେଷଣ କରାଯାଇଥିଲା। ସେହିପରି, ଛାତ୍ରୀ ମାନଙ୍କ ଦ୍ଵାରା ପ୍ରବାସୀ ଶ୍ରମିକ ନିରାକରଣ ପାଇଁ ଏକ ନାଟକ ପରିବେଷଣ କରାଯାଇଥିଲା। ଉପ ନିର୍ଦ୍ଦେଶକ ହସ୍ତଶିଳ୍ପ, ପୁଷ୍ପ ରଞ୍ଜନ ସାହୁ ସମ୍ବଲପୁରୀ କବିତା ମାଧ୍ୟମରେ ଓ ଅନ୍ୟାନ୍ୟ କଳାକାର ମାନେ ରାମକାଠୀ, ପାଲା ଓ ଦାସକାଠିଆ ମାଧ୍ୟମରେ ଲୋକଙ୍କୁ ସଚେତନତାର ବାର୍ତ୍ତା ଦେଇଥିଲେ। ଶିବିରରେ ୫ ଜଣ ନିର୍ମାଣ ଶ୍ରମିକଙ୍କୁ ପରିଚୟ ପତ୍ର ପ୍ରଦାନ କରାଯାଇଥିଲା। ଅମ୍ବିକା ମାଝୀ, ଠାକୁର ଜଗତ ଓ ବିମଲେ ମାଝିଙ୍କୁ ୩ ଲକ୍ଷ ଟଙ୍କା ଲେଖାଏଁ ମୃତ୍ୟୁ କାଳୀନ ସହାୟତା ପ୍ରଦାନ କରାଯାଇଥିଲା। ସେହିପରି ୯ ଟି ଶ୍ରମିକ ପରିବାରକୁ ୫୦ ହଜାର ଟଙ୍କା ଲେଖାଏଁ ବିବାହ ସହାୟତା, ଦୁଇଟି ପରିବାରକୁ ୭ହଜାର ଟଙ୍କା ଲେଖାଏଁ ଶିକ୍ଷା ସହାୟତା ଓ ୫ ଜଣଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ମାତୃତ୍ୱ ସହାୟତା ପ୍ରଦାନ କରାଯାଇଥିଲା। ଶେଷରେ ପକ୍ଷୀ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ଅତିଥିମାନେ ପକ୍ଷୀମାନଙ୍କ ପାଇଁ ଖାଦ୍ୟ ଜଳ ଯୋଗାଇ ଦେଇଥିଲେ । ଏହି ଶିବିରକୁ ବୋଡ଼େନ ବିଡ଼ିଓ, ଜିଲ୍ଲା ସମାଜ ମଙ୍ଗଳ ବିଭାଗ ପ୍ରୋଗ୍ରାମ ଅଫିସର୍ ନମିତା ପାଢ଼ୀ , ବୋଡ଼େନ ସିଡିପିଓ ଅର୍ଚ୍ଚନା ରାଉତ୍ , ସ୍ଥାନୀୟ ସରପଞ୍ଚ, ପଞ୍ଚାୟତିରାଜ ବିଭାଗ, ଜଙ୍ଗଲ ବିଭାଗ ପ୍ରମୁଖ ଆୟୋଜନ କରିଥିଲେ।
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ୍ ଟେମରୀ ଗ୍ରାମରେ ପ୍ରବାସୀ ଶ୍ରମିକ ସଚେତନତା ସଭା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ
Wednesday, January 28, 2026
0