ରଥଯାତ୍ରାକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ପ୍ରସ୍ତୁତି ବୈଠକ୬ ମାସ ପୂର୍ବରୁ ସବୁ ବିଭାଗକୁ ପ୍ରସ୍ତୁତି ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ଆଜତକ ଓଡ଼ିଶା
0


ଭୁବନେଶ୍ୱର: (ସମୀର ରଞ୍ଜନ ନାୟକ) ରଥଯାତ୍ରା ୨୦୨୬କୁ ନେଇ ମୁଖ୍ୟ ଶାସନ ସଚିବଙ୍କ ପ୍ରସ୍ତୁତି ବୈଠକ ଅନୁଷ୍ଟିତ ହୋଇଯାଇଛି । ୬ମାସ ପୂର୍ବରୁ ସବୁ ବିଭାଗକୁ ପ୍ରସ୍ତୁତି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଣିକି ପ୍ରତି ମାସ ସମୀକ୍ଷା ହେବ ରଥ ଯାତ୍ରା ପ୍ରସ୍ତୁତି । ବିଗତ ଦିନରେ ହୋଇଥିବା ତ୍ରୁଟିକୁ ଚିହ୍ନଟ ସହ କେମିତି ସୁଧାରି ହେବ ଏବଂ ଆଉ କଣ ଆବଶ୍ୟକୀୟ ପଦକ୍ଷେପ ହାତକୁ ନିଆଯିବ ସେନେଇ ରିପୋର୍ଟରେ ଉଲ୍ଲେଖ କରିବାକୁ ସବୁ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । ସ୍ୱାସ୍ଥ୍ୟ, ପିଇବା ପାଣି, ସ୍ୱଚ୍ଛତାକୁ ଗୁରୁତ୍ୱ ଦିଆଯାଇଛି। ଏହାସହିତ ରଥଯାତ୍ରା ସମୟରେ ଭିଡ଼ ପରିଚଳନା, ଟ୍ରାଫିକ ସମସ୍ୟା ନେଇ ମଧ୍ୟ ଆଲୋଚନା ହୋଇଛି । ଏହି ସମୀକ୍ଷା ବୈଠକରେ ପୋଲିସ ଡିଜି, ଅଗ୍ନିଶମ ବିଭାଗ ଡିଜିଙ୍କ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ଏକାଧିକ ବିଭାଗର ସଚିବ ଉପସ୍ଥିତ ରହିଥିଲେ

Post a Comment

0 Comments

Please Select Embedded Mode To show the Comment System.*

3/related/default