ଭୁବନେଶ୍ଵର (ସମୀର ରଞ୍ଜନ ନାୟକ): ଆସନ୍ତା ୧୮ ସୁଦ୍ଧା ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିବା ସୁଭଦ୍ରା ଟଙ୍କା । ଏନେଇ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ଏ ପର୍ଯ୍ୟନ୍ତ ସୁଭଦ୍ରା ଯୋଜନା ଅଧୀନରେ ମୋଟ ୪ ଲକ୍ଷ ୫୭ ହଜାର ୬୮୧ଜଣ ମହିଳା ସାମିଲ ହୋଇସାରିଛନ୍ତି । ତାଙ୍କ ଭିତରୁ ନୂଆକରି ୧ ଲକ୍ଷ ୭୮ ହଜାର ୩୯୮ ଜଣ ମହିଳାଙ୍କୁ ସାମିଲ କରାଯାଇଛି । ଯେଉଁମାନେ ପ୍ରଥମ ଥର ପାଇଁ ସୁଭଦ୍ରା କିସ୍ତି ପାଇବେ ।ତେବେ ପ୍ରଥମ ଏବଂ ଦ୍ୱିତୀୟ କିସ୍ତିରୁ ବାଦ୍ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ଏଥର ସୁଭଦ୍ରା ଯୋଜନାରେ ସାମିଲ କରାଯାଇଛି । ସେମାନେ ଏଥର ଏକାବେଳକେ ଦୁଇଟି କିସ୍ତିର ଟଙ୍କା ପାଇବେ । ମିଳିଥିବା ସୂଚନା ଅନୁସାରେ, ଅଭିଯୋଗ ଶୁଣାଣି ପରେ ୨୪ ହଜାର ୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଥିବା ନେଇ ଉପ-ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।
ଆସନ୍ତା ୧୮ ତାରିଖ ସୁଦ୍ଧା ମିଳିବ ସୁଭଦ୍ରା ଟଙ୍କାସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Tuesday, January 13, 2026
0