ଲୋକାପଡା ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ର ଭିତ୍ତିପ୍ରସ୍ତର ସ୍ଥାପନ

ଆଜତକ ଓଡ଼ିଶା
0

କଣ୍ଟାମାଳ,୦୭/୦୧ (ମନଧର କର୍ମୀ) ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଶିମିଳି ପଦର ପଞ୍ଚାୟତ ଲୁକାପଡା ଉଚ୍ଚ ବିଦ୍ୟାଳୟ ପରିସରରେ ଗୋଦାବରୀ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଯୋଜନାର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ  ଭରଚୁଆଲ ମାଧ୍ୟମରେ ଅନୁଷ୍ଠିତ ହୋଇ ଯାଇଛି । ଭିଡିଓ କନ ଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆୟୋଜିତ ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କଣ୍ଟାମାଳ ବିଧାୟକ କହ୍ନେଇଚରଣ ଡାଙ୍ଗ, ସମ୍ମାନିତ ଅତିଥି ଭାବରେ ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ ଦୁବେ, ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଶୋଭା ରଞ୍ଜନ ମାଲି, ଜିଲ୍ଲା ପରିଷଦ ସଭ୍ୟା ପଦ୍ମାଳୟା ପ୍ରଧାନ, ବ୍ଲକ ଅଧ୍ୟକ୍ଷା ସସ୍ମିତା ସେନାପତି, ଶିମିଳି ପଦର ସରପଞ୍ଚ ସାର୍ଦୁଳ ନାଗ, ସାଂସଦ ପ୍ରତିନିଧି ଦୀପକ ବାରିକ ପ୍ରମୁଖ ଯୋଗ ଦେଇଥିଲେ। ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ରାଜ୍ୟର ପିଲାମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଏହା ଅଧୀନରେ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯିବ। ଏହି ବିଦ୍ୟାଳୟ ଗୁଡିକରେ ମଧ୍ୟ ପିଲାମାନଙ୍କ ପାଇଁ ଆଦର୍ଶ ଶିକ୍ଷା ପରିବେଶ ସୃଷ୍ଟି କରିବାକୁ ଲକ୍ଷ୍ୟ ରହିଛି ବୋଲି ଅତିଥି ମାନେ କହିଥିଲେ । ଏଥିରେ ବିଶେଷ କରି ପିଲାମାନଙ୍କର ଭାଷା ଜ୍ଞାନ ଓ ମୌଳିକ ଗାଣିତିକ ଜ୍ଞାନ ଉପରେ ଗୁରୁତ୍ୱ ଆରୋପ କରାଯିବ। ଏହା ଦ୍ୱାରା ପିଲାମାନେ ଉଚ୍ଚତର ଶ୍ରେଣୀରେ ସହଜରେ ଶିକ୍ଷା ଗ୍ରହଣ କରି ପାରିବେ। ଉନ୍ନତ ଭିତ୍ତିଭୂମି, ଗୁଣାତ୍ମକ ଶିକ୍ଷା ଓ ସାମଗ୍ରୀକ ବିକାଶ ଉପରେ ଗୁରୁତ୍ୱ ପ୍ରଦାନ କରାଯାଇ ପିଲାମାନଙ୍କର ମୌଳିକ ଜ୍ଞାନ ଓ ବୌଦ୍ଧିକ ବିକାଶକୁ ସୁଦୃଢ କରିବା ଦିଗରେ ପଦକ୍ଷେପ ନିଆଯିବ। ଏହି ଯୋଜନାରେ ନୂଆ କ୍ଲାସ ରୁମ୍, ବାଳକ ଓ ବାଳିକାମାନଙ୍କ ପାଇଁ ପୃଥକ ଟଏଲଟର ବ୍ୟବସ୍ଥା, ପ୍ରାଚୀର ନିର୍ମାଣ, ସବୁଜ ପରିବେଶ, ଡିଜିଟାଲ ଲାଇବ୍ରେରୀ ଓ ଲାଙ୍ଗୁଏଜ୍ ଲ୍ୟାବ୍, ଖେଳ ପଡିଆ, ଡାଇନିଙ୍ଗ ହଲ୍, କମ୍ପ୍ୟୁଟର, ସ୍ମାର୍ଟ ବୋର୍ଡ ଆଦିର ବ୍ୟବସ୍ଥା କରାଯିବ। ଏହା ସହିତ କ୍ରୀଡା, ଶାରୀରିକ ବ୍ୟାୟମ ଏବଂ ସାମାଜିକ ଓ ସାଂସ୍କୃତିକ ଶିକ୍ଷା ଉପର ମଧ୍ୟ ଗୁରୁତ୍ୱ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ରାଜ୍ୟର ପୁରାତନ ବିଦ୍ୟାଳୟର ସଂରକ୍ଷଣ ଏବଂ ପୁନରୁଦ୍ଧାର ପାଇଁ ଐତିହ୍ୟ ବିଦ୍ୟାଳୟ ଯୋଜନାର ଶୁଭାରମ୍ଭ ହୋଇଛି। ଏହି ଯୋଜନାରେ ରାଜ୍ୟର ୧୦୦ ବର୍ଷରୁ ଉର୍ଦ୍ଧ୍ୱ ପୁରାତନ ବିଦ୍ୟାଳୟ କିମ୍ବା ଜିଲ୍ଲାର ସର୍ବ ପୁରାତନ ବିଦ୍ୟାଳୟ ଗୁଡିକର ବିକାଶ କରାଯିବ । ଏହାର ଐତିହ୍ୟ ଓ ଐତିହାସିକ ଗୌରବର ପୁନଃ ପ୍ରତିଷ୍ଠା କରିବା ପାଇଁ ପଦକ୍ଷେପ ନିଆଯିବ। ଗୋଦାବରୀଶ ମିଶ୍ରଙ୍କ ନାମରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ କିନ୍ତୁ ମଞ୍ଚରେ ଗୋଦାବରୀଶ ମିଶ୍ରଙ୍କ କୌଣସି ଫୋଟୋ ଗୋଟେ ମଧ୍ୟ ଦେଖିବାକୁ ମିଳି ନ ଥିଲା । ଗଣମାଧ୍ୟମରୁ ଖବର ପାଇଲା ପରେ ଭିତ୍ତି ପ୍ରସ୍ତର ସ୍ଥାପନ ଫଳକ ଉପରେ ତରବରିଆ ଭାବରେ ଗୋଦାବରୀଶ ମିଶ୍ରଙ୍କ ଏକ ଫୋଟୋ ରଖି ଦେଇ ଥିବା ଦେଖିବାକୁ ମିଳିଛି । ଯାହାକି ବିଭାଗର ଚରମ ଅବହେଳା ସାମ୍ନାକୁ ଆସିଛି । ଘଟଣା ସମ୍ପର୍କରେ ଆମେ ଜିଲ୍ଲା ମୁଖ୍ୟ ଶିକ୍ଷା ଅଧିକାରୀ ଟେମଲାଲ ଦୁବେଙ୍କୁ ପଚାରିବାରୁ ତରବରିଆ ଭାବରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିବାରୁ ଆମେ ଜାଣି ପାରି ନ ଥିଲୁ, ଆଗକୁ ଏଥି ପ୍ରତି ଧ୍ୟାନ ଦେବୁ ବୋଲି କହିଥିଲେ |

Post a Comment

0 Comments

Please Select Embedded Mode To show the Comment System.*

3/related/default