ଭୁବନେଶ୍ୱର /ଖୋର୍ଦ୍ଧା : (ସମୀର ରଞ୍ଜନ ନାୟକ) ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଅମ୍ରିତ୍ ଋତୁରାଜ ଙ୍କ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ଅଧୀନ ପୂର୍ବାହ୍ନରେ ଟାଙ୍ଗୀ ବ୍ଲକ ଅନ୍ତର୍ଗତ ଓଳସିଂହ ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ଜନଶୁଣାଣି ଶିବିରରେ ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଖୋର୍ଦ୍ଧା ଜ୍ୟୋତି ଶଙ୍କର ସାହୁ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ଖୋର୍ଦ୍ଧା ଶ୍ରୀ ଅନାଦି ଚରଣ ସେଠୀ , ବି ଡି ଓ, ଟାଙ୍ଗୀ ରୂମାନା ଯାଫ୍ରୀ, ତହସିଲଦାର, ଟାଙ୍ଗୀ, ମିଷ୍ଠା ମହାପାତ୍ର , ପ୍ରମୁଖ ମଞ୍ଚାସିନ ଥିଲେ । ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ କହିଲେ ଯେ ଜନ ଶୁଣାଣି କାର୍ଯ୍ୟକ୍ରମ ସୁଶାସନ ବ୍ୟବସ୍ଥାର ଏକ ପ୍ରମୁଖ ଅଙ୍ଗ, ଏଣୁ ପ୍ରତ୍ୟେକ ଅଧିକାରୀ ନିଜ କାର୍ଯ୍ୟାଳୟ ଅଧୀନ କୌଣସି ଅଭିଯୋଗର ସମାଧାନକୁ ସ୍ଥଗିତ ନ ରଖିବାକୁ ନିର୍ଦେଶ ଦେଇଥିଲେ । ସମସ୍ତ ଅଭିଯୋଗ ଗୁଡ଼ିକୁ ସରକାରଙ୍କର ଏବଂ ଜିଲ୍ଲା ପ୍ରଶାସନ ନିୟମାନୁସାରେ ସେଗୁଡିକୁ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଆଜିର ଅଭିଯୋଗ ଶୁଣାଣି ରେ ମୋଟ ୨୫୭ ଗୋଟି ଅଭିଯୋଗ ଆସିଥିବାବେଳେ ତନ୍ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ୨୩୬ ଗୋଟି ଏବଂ ଗ୍ରାମୀଣ ସମସ୍ୟା ଜନିତ ୨୧ ଗୋଟି ଅଭିଯୋଗ ଆସିଥିଲା । ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ତତ୍କାଳ ୧୧ ଗୋଟି ଅଭିଯୋଗ ର ସମାଧାନ କରିଥିବାବେଳେ ଅନ୍ୟ ଅଭିଯୋଗ ଗୁଡ଼ିକୁ ସଂପୃକ୍ତ ବିଭାଗୀୟ ଅଧିକାରୀ ଙ୍କୁ ଯଥାଶୀଘ୍ର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଅଭିଯୋଗ ଶୁଣାଣି ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମରେ ଆସିଷ୍ଟାଣ୍ଟ କଲେକ୍ଟର, ଅଭିଯୋଗ ଭୁବନେଶ୍ଵରୀ କଅଁର, ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟ ଅଧିକାରୀ ମାନେ ଯୋଗଦେଇଥିଲେ ।
ଜିଲ୍ଲାପାଳ, ଖୋର୍ଦ୍ଧା ଙ୍କ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମରେ ଓଳସିଂହ ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ଜନଶୁଣାଣି ଅନୁଷ୍ଠିତ
Monday, January 12, 2026
0