ତୁଷୁରା/ଗୁଡଭେଲା- ୫/୪ ସ୍ଥାନୀୟ ପିଏମଶ୍ରୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ଭେଲା ଠାରେ ବ୍ଲକ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ ମହା ସମାରୋହରେ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ବିଇଓ ନମିତା ରାଣୀ ଭୋଇଙ୍କ ପ୍ରତ୍ୟକ୍ଷ ତତ୍ତ୍ୱବଧାନରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏହି ଅବସରରେ ଶିକ୍ଷା ସଚେତନତା ରଥ ଶୁଭାରମ୍ଭ କରାଯାଇଥିଲା । ମୁଖ୍ୟ ବକ୍ତା ଭାବେ ଏବିଇଓ ରମେଶ ଚନ୍ଦ୍ର ସାମର୍ଥ ଉଦ୍ଦେଶ୍ୟ ଜ୍ଞାପନ କରି ସଭିଏଁ ସ୍କୁଲ ଯିବା ପାଇଁ ରେ ଗୁରୁତ୍ୱାରୋପ କରିଥିଲେ। ସମ୍ମାନିତ ଅତିଥି ଭାବେ ଏବିଇଓ ବିପିନ ବାଗ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଯୁଗଳ କିଶୋର ସାହୁ,ଏସଏମସି ଉପାଧ୍ୟ୍ୟକ୍ଷ କିଶୋର ହେର୍ଣ୍ଣା, ପ୍ରମୁଖ ଯୋଗ ଦେଇଥିଲେ । ସ୍ଥାନୀୟ ସିଆରସିସି ଷଡାନନ ପ୍ରଧାନୀ ସଭା ସଞ୍ଚାଳନ କରିଥିଲେ ଓ ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, ସମସ୍ତ ସିଆରସିସି, ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ସଦସ୍ୟା, ଅଭିଭାବକ ସମେତ ଛାତ୍ରଛାତ୍ରୀ ପ୍ରମୁଖ ଉକ୍ତ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।
ବ୍ଲକ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ପାଳିତ
Sunday, April 05, 2026
0

Tags